ପୁରୀ, ୨୭/୦୩: ଶ୍ରୀରାମ ନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ । ବଡ଼ଦେଉଳ ପରମ୍ପରାନୁସାରେ ସ୍ୱତନ୍ତ୍ର ଦେବବିଧି ପାଳନ ହେବ । ଏଥିପାଇଁ ମହାପ୍ରଭୁଙ୍କ ଦର୍ଶନ ପ୍ରାୟ ୫ ଘଣ୍ଟା ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତି ସୂଚନା ଦେଇଛନ୍ତି ।

 

ମଧ୍ୟାହ୍ନଧୂପ ପରେ ଶ୍ରୀରାମଜନ୍ମ ନୀତି ଅନୁଷ୍ଠିତ ହେବ । ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜଗନ୍ନାଥଙ୍କ ଦର୍ଶନରୁ ଭକ୍ତମାନେ ବଞ୍ଚିତ ହେବେ । ତେବେ ଆଜି ଠାକୁରଙ୍କ ନୀତିକୁ ନେଇ ଅସଲ ଦର୍ଶନ ବନ୍ଦ ସମୟ ଧାର୍ଯ୍ୟ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି ।

ଅଧିକ ପଢ଼ନ୍ତୁ :-  ସପ୍ତାହେ ଯାଏ କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା, ୩୦ରୁ ୫୦ କିମି ବେଗରେ ବହିପାରେ ପବନ