ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ସିଂହଦ୍ୱାର ସମ୍ମୁଖରେ ସାମ୍ୱାଦିକାଙ୍କୁ ଆକ୍ରମଣ ଅଭିଯୋଗ, କ୍ୟାମେରା ଓ ଫୋନ୍‌ ଛଡ଼ାଇନେଲେ ସେବାୟତ

Published By : Harapriya Sethi | April 6, 2025 12:33 PM

ଭୁବନେଶ୍ୱର. ୦୬/୦୪: ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ଦାଦାଗିରି ଦେଖାଇଲେ ସେବାୟତ। କ୍ୟାମେରା ଓ ମୋବାଇଲ୍ ଫୋନ୍ ଛଡ଼େଇ ନେବା ସହ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି ସେବାୟତ। ଆକ୍ରମଣର ଶିକାର ହୋଇ ଜଣେ ମହିଳା ସାମ୍ବାଦିକା ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଜଣେ କ୍ୟାମେରା ମ୍ୟାନ୍‌ ମଧ୍ୟ ଆହତ ହୋଇ ଚିକିତ୍ସା ହେଉଛନ୍ତି । ପ୍ରାୟ ୨୦ ରୁ ଉର୍ଦ୍ଧ୍ୱ ସେବାୟତ ଏହି ଘଟଣାରେ ସମ୍ପୃକ୍ତ ଥିବା ଦେଖିବାକୁ ମିଳିଛି ।

ସୂଚନା ମୁତାବକ, ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ଟଙ୍କା ନେଇ ଭକ୍ତ ମାନଙ୍କୁ ଛାଡୁଥିବା ଅଭିଯୋଗ କରିଥିଲେ ଭକ୍ତ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏହାକୁ ନେଇ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଯାହାକୁ ନେଇ ଆଜି ଗଣମାଧ୍ୟମକୁ ଆକ୍ରମଣ କରିଥିଲେ ସେବାୟତ। ଜଣେ ମହିଳା ସାମ୍ବାଦିକା ସହ‌ ଅନ୍ୟ ଗଣମାଧ୍ୟମର ପ୍ରତିନିଧି ଓ କ୍ୟାମେରା ମ୍ୟାନ ଶ୍ରୀମନ୍ଦିର ସମ୍ମୁଖକୁ ଖବର ସଂଗ୍ରହ କରିବା ପାଇଁ ଯାଇଥିଲେ । ଏହି ସମୟରେ ସେଠାରେ ଥିବା କିଛି ସେବାୟତ ଦାଦାଗିରି ଦେଖାଇ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ଯେଉଁଥିରେ ମହିଳା ସାମ୍ୱାଦିକା ଆହତ ହୋଇଛନ୍ତି । ତାଙ୍କ ସହ ଥିବା କ୍ୟାମେରା ମ୍ୟାନ୍‌ ମଧ୍ୟ ଆହତ ହୋଇଛନ୍ତି । ସେବାୟତମାନେ ଆକ୍ରମଣ କରି କ୍ୟାମେରା ଏବଂ ଫୋନ୍‌ ଛଡ଼ାଇନେଇଛନ୍ତି । ଆକ୍ରମଣର ଶିକାର ହୋଇଥିବା ମହିଳା ସାମ୍ବାଦିକାଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେପଟେ ଏହି ଘଟଣାକୁ ନେଇ ସାମ୍ବାଦିକ ମାନଙ୍କ ପକ୍ଷରୁ ସିଂହଦ୍ଵାର ଥାନାରେ ଏତଲା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.