ପ୍ରମୂଖ ଖବର
  • ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସ୍ବାସ୍ଥାବସ୍ଥା ସମ୍ପର୍କରେ ପଚାରି ବୁଝିଲେ
  • ||
  • ରାଜଧାନୀରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ
  • ||
  • ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମହିଳା ପର୍ଯ୍ୟଟକଙ୍କୁ ମିଳିବ ସୁବିଧା
  • ||
  • ଶିକ୍ଷା ବିଭାଗର ନିର୍ଦ୍ଦେଶନାମାକୁ ଫୁ... ସ୍ଵାଧିନତା ଦିବସରେ ଦେଲେନି ମଧ୍ୟାହ୍ନ ଭୋଜନ, ୫୬ଟି ସ୍କୁଲ୍‌କୁ ନୋଟିସ୍
  • ||
  • ଟାରିଫ୍ ୱାର ଭିତରେ ଭାରତରେ ତାର ରାଷ୍ଟ୍ରଦୂତ ବଦଳାଇବ ଆମେରିକା, ସର୍ଜିଆ ଗୋରଙ୍କ ନାମ ଘୋଷଣା କଲେ ଟ୍ରମ୍ପ
  • ||
  • ପଞ୍ଜାବରେ ଏଲପିଜି ଟ୍ୟାଙ୍କରରେ ଭୟଙ୍କର ବ୍ଲାଷ୍ଟ : ଜଳିଗଲା ୧୫ଟି ଦୋକାନ, ୨ ଜୀବନ୍ତ ଦଗ୍ଧ, ୩୦ରୁ ଉର୍ଦ୍ଧ୍ଵ ଆହତ
  • ||
  • ଚମୋଲିରେ ରାତି ଅଧରେ ଫାଟିଲା ବାଦଲ; ଥରାଲୀ ଗାଁରେ ଧ୍ୱଂସଲୀଳା, ପୋତି ହୋଇଗଲା ଘର
  • ||
  • ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ
  • ||
  • ସମ୍ବଲପୁର: ଖୋଲିଲା ହୀରାକୁଟ ଗେଟ, ୪ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ
  • ||
  • ଯୁକ୍ତ ତିନି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ ଆରମ୍ଭ, ଖାଲିପଡ଼ିଛି ୯୯ ହଜାର ସିଟ୍‌
  • ||
  • ଲଘୁଚାପ ସକ୍ରିୟ: ଆଜିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା,୩ ଜିଲ୍ଲାକୁ ଅରେଞ୍ଜ, ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||

ଶ୍ରୀମନ୍ଦିରରେ ସାତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି, ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ

Published By : Manoj | August 23, 2025 8:56 AM

ପୁରୀ,୨୩/୦୮: ଶନିବାର ଶ୍ରୀମନ୍ଦିରରେ ଅନୁଷ୍ଠିତ  ହେବ ସପ୍ତପୁରୀ ଅମାବାସ୍ୟାର ସ୍ୱତନ୍ତ୍ର ନୀତି । ଏଣୁ  ଶୁକ୍ରବାର ଅପରାହ୍ନରେ ଆଲାମଚଣ୍ଡୀଙ୍କଠାରୁ ସପ୍ତପୁରୀ  ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଛି । ପାରମ୍ପରିକ ପଟୁଆରରେ ଆସିଥିଲା ତାଡ଼ । ରାତ୍ରରେ ମା’ଦକ୍ଷିଣୀକାଳୀଙ୍କ ମନ୍ଦିରକୁ ଆଜ୍ଞାମାଳ ବିଜେ ନୀତି ସମ୍ପନ୍ନ ହୋଇଛି । ଅମାବାସ୍ୟା ଦିନ ସକାଳଧୂପରେ ଠାକୁରଙ୍କୁ ସାତପୁରୀ ଭୋଗ ଅର୍ପଣ ହେବ । ଏଥିସହ ଅମାବାସ୍ୟାରେ  ଶ୍ରୀଜଗନ୍ନାଥଙ୍କ ବିଜେ ପ୍ରତିମା ଶ୍ରୀନାରାୟଣ ମହାପ୍ରଭୁ ସାଗର ବିଜେ କରିବେ । ସେଦିନ ବଡ଼ଦେଉଳରେ ଶ୍ରୀକୃଷ୍ଣ  ଲୀଳା ଅବସରରେ ବସ୍ତ୍ରହରଣ ବିଧି ସମ୍ପନ୍ନ ହେବ ।  

ଶୁକ୍ରବାର ଅପରାହ୍ନରେ ସପ୍ତପୁରୀ ତାଡ଼ ବିଜେ ହେଲେ ।  ଘଣ୍ଟ ଘଣ୍ଟା କାହାଳୀ ଏବଂ ଓହ୍ଲାରର ପଟୁଆରରେ ବଡ଼ଦାଣ୍ଡ  ହୋଇ ସାତପୁରୀ ତାଡ଼ ଶ୍ରୀମନ୍ଦିରରେ ପହଞ୍ଚିଥିଲା ।  ଆଗେ ବଡ଼ଦେଉଳକୁ ବେଢା କରିଥିଲା ପଟୁଆର । ପରେ ଅଚିନ୍ତା ପହଣ୍ଡ ରୋଷ ବେହେରଣରେ ରଖାଯାଇଥିଲା।  

ଆମାବସ୍ୟାରେ ଠାକୁରଙ୍କ ଅବକାଶ ନୀତି ଶେଷ  ପରେ ତିନି ବାଡ଼ରେ ବେଶ ଅନୁଷ୍ଠିତ ହେବ । ଗମ୍ଭୀରାରେ ପାଣି ପଡ଼ି ଟେରାବନ୍ଧା ଯିବାରେ ସକାଳ ଧୂପ ସହ ସାତପୁରୀ ଭୋଗ ଆସିବ । ଏହାପରେ  ଆଳତି ବଢ଼ି ପୂଜାପଣ୍ଡାସାଆନ୍ତେ, ପତିମହାପାତ୍ର,  ମୁଦିରସ୍ତ ସେବକ ତିନି ବାଡ଼ରେ ବନ୍ଦାପନା କରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.