ପ୍ରମୂଖ ଖବର
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ଖୁବ୍‌ଶୀଘ୍ର ଗଠନ ହେବ ଶ୍ରୀମନ୍ଦିର ପରିଚାଳନା କମିଟି; ବଡ଼ଦେଉଳରେ ଆରମ୍ଭ ହେବ ଧାଡ଼ି ଦର୍ଶନ

Published By : Manoj | August 22, 2025 2:22 PM

ଭୁବନେଶ୍ୱର ୨୧/୦୮: ସେପ୍ଟେମ୍ୱର ୧୫ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ। ବଡ଼ଦେଉଳର ନାଟମଣ୍ଡପରେ ଜଗା ଦର୍ଶନ ହେବ ସହଜ। ସମ୍ପୂର୍ଣ୍ଣ ପ୍ରସ୍ତୁତି ରହିଛି ଶ୍ରୀମନ୍ଦିର ପ୍ରଶାସନ। ଭିଡ଼ ନିୟନ୍ତ୍ରଣ  ସହ ମହାପ୍ରଭୁଙ୍କୁ ସୁରୁଖୁରୁରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। 


ସୂଚନା ଅନୁଯାଇ, ଖୁବ୍‌ଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ କରାଯିବା। ପରିଚାଳନା କମିଟି ଗଠନ ପରେ ପ୍ରଥମ ବୈଠକରେ ଶ୍ରୀମନ୍ଦିର ହୁଣ୍ଡି ସ୍ଥାନାନ୍ତରଣ ନେଇ ନିଷ୍ପତ୍ତି ନିଆଯିବ। ଏହା ପରେ ତୁରନ୍ତ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା ଲାଗୁ କରାଯିବ। ଫଳ ବଡ଼ଦେଉଳ ବାହାର କାଠ ପାଖରୁ ଶ୍ରଦ୍ଧାଳୁଙ୍କୁ ପାଦ ଟିପରେ ଟେକି ହୋଇ ମହାପ୍ରଭୁଙ୍କ ଦର୍ଶନ କରିବା ଲାଗି ଭିଡ଼ରେ ଦୁର୍ଦ୍ଦଶା ଭୋଗିବାକୁ ପଡ଼ିବନି । ବ୍ୟାରିକଡ୍‌ରେ ଯାଇ ର‌୍ୟାମ୍ପ ଉପରେ ଠିଆ ହୋଇଗଲେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ଦର୍ଶନ ମିଳିଯିବ । ଆଗରେ ଥିବା ଶ୍ରଦ୍ଧାଳୁ ଓ ପଛରେ  ଥିବା ଶ୍ରଦ୍ଧାଳୁ ସମସ୍ତେ ମହାପ୍ରଭୁଙ୍କ ଆଖି ପୂରାଇ  ବାହାର କାଠ ପାଖରୁ ଠାକୁର ଦର୍ଶନ କରିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପୂରା ପ୍ରସ୍ତୁତ ରହିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.