ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ : ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ

 ପୁରୀ, ୨୪।୪   : ଆସନ୍ତା ମେ ୧୦ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା। ଏହି ଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପି ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ଆଜି ଅପରାହ୍ନରେ ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ନୀତି ସବ୍ କମିଟିରେ ଚୁଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ସେହିପରି ଭକ୍ତମାନେ କିଭଳି ସୁନ୍ଦର ଭାବେ ଦର୍ଶନ କରିପାରିବେ ସେ ନେଇ ମଧ୍ୟ ବୈଠକରେ ଆଲୋଚନା କରାଯାଇଛି।

 ନୀତି ନିର୍ଘଣ୍ଟ ଅନୁଯାୟୀ ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୩ଟା ରେ ଦ୍ଵାଦଶ ଯାତ୍ରା ଓ ନକ୍ଷତ୍ର ବନ୍ଦାପନା, ଅପରାହ୍ନ ୩.୩୦ ରେ ବିମାନକୁ ଦିଅଁ ବିଜେ, ଅପରାହ୍ନ ୪ଟା ରେ ରଥ ଆଜ୍ଞାମାଳ ବିଜେ ଓ ବିମାନ ଉଠିବ। ରାତ୍ର ୧୦ଟା ରେ ଚନ୍ଦନ ଠାକୁର ବାହୁଡ଼ା ବିଜେ କରିବା ନେଇ ନୀତି ନିର୍ଘଣ୍ଟ ଚୁଡାନ୍ତ ହୋଇଛି। ତେବେ ସମସ୍ତ ନୀତି କାନ୍ତି ଯେଭଳି ଶୃଙ୍ଖଳିତ ଭାବେ ସମ୍ପାଦନା ହୋଇପାରିବ ସେନେଇ ସମସ୍ତ ସେବାୟତ ନିଯୋଗଙ୍କ ସହଯୋଗ ଲୋଡିଥିଲେ ମୁଖ୍ୟ ପ୍ରଶାସକ। ନିଳାଦ୍ରୀ ଭକ୍ତ ନିବାସରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଏସପି ପିନାକ ମିଶ୍ର, ପରିଚାଳନା କମିଟି ସଦସ୍ୟ, ଛତିଶା ନିଯୋଗ ସେବାୟତ ସଦସ୍ୟଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.