ପ୍ରମୂଖ ଖବର
  • ସିଙ୍ଗାପୁର ରାଷ୍ଟ୍ରପତିଙ୍କୁ ଭବ୍ୟ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ: କହିଲେ ଓଡ଼ିଶା ସହ ବଢିବ ସମ୍ପର୍କ, ବଢିବ ପୁଞ୍ଜି ନିବେଶ
  • ||
  • ଶ୍ରୀମନ୍ଦିରରେ ଲାଗୁ ହେଲା ୫ ସୂତ୍ରୀ ମାର୍ଗଦର୍ଶିକା, ଡିଜିଟାଇଜେସନ୍‌ ହେବ ସମସ୍ତ ଫାଇଲ୍‌ ଏବଂ ରେକର୍ଡ
  • ||
  • ଅଲକାଦିର ଟ୍ରଷ୍ଟ ଭ୍ରଷ୍ଟାଚାର ମାମଲା : ଇମରାନଙ୍କୁ ୧୪ ଏବଂ ପତ୍ନୀଙ୍କୁ ୭ ବର୍ଷ ଜେଲ୍‌ଦଣ୍ଡ
  • ||
  • ଶିମିଳିପାଳ ଜଗିବେ ୧ ପ୍ଳାଟୁନ୍‌ ପୁଲିସ, ଶିକାରୀ ପ୍ରବଣ ଗ୍ରାମରେ ହେବ ପାଟ୍ରୋଲିଂ
  • ||
  • କଟକ : ନବ ଦାସ ହତ୍ୟା ମାମଲା: ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ
  • ||
  • ଭୁବନେଶ୍ୱର : ଭଙ୍ଗାହେଲା ବୈକୁଣ୍ଠ ଧାମ, ଆଶ୍ରମ ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା
  • ||
  • ରାୟଗଡ଼ା : ଧୁମାଗୁଡ଼ା ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
  • ||
  • ଶନିବାର ଦିନିକିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ସମ୍ୱଲପୁର : ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌
  • ||
  • ଗଞ୍ଜାମ : କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ସ୍କିମାଟିକ୍ କନିଷ୍ଠ ଶିକ୍ଷକଙ୍କ ବଢିଲା ପାରିଶ୍ରମିକ, ଏବେ ମିଳିବ ୧୬ ହଜାର
  • ||
  • ଚାନ୍ଦବାଲି : ଗ୍ରାହକଙ୍କ ଆକାଉଣ୍ଟରୁ ଆପେ ଆପେ ଗୋଲ୍ ହେଉଛି ଟଙ୍କା, ଚିନ୍ତାରେ ଗ୍ରାହକ
  • ||
  • ଦିଗପହଣ୍ଡି : ଦ୍ରୁତଗତିରେ ଆସି ଓଲଟିଲା କଣ୍ଟେନର: ଅଳ୍ପକେ ବର୍ତ୍ତିଲେ ଲୋକେ, ଡ୍ରାଇଭର ଗିରଫ
  • ||
  • ଜମ୍ମୁ-କାଶ୍ମୀରରେ ରହସ୍ୟମୟ ରୋଗରେ ୧୫ ଶିଶୁ ମୃତ, ତଦନ୍ତ ଲାଗି ସ୍ୱତନ୍ତ୍ର ତଦନ୍ତକାରୀ ଟିମ୍ ଗଠନ
  • ||
  • ରାଜଧାନୀରେ ପହଞ୍ଚିଲେ ସିଙ୍ଗାପୁର ରାଷ୍ଟ୍ରପତି,ଏୟାରପୋର୍ଟରେ ଭବ୍ୟ ସ୍ବାଗତ କଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ
  • ||

ପର୍ବପର୍ବାଣିକୁ ନେଇ ଦ୍ଵନ୍ଦ ଦୂର କରିବା ପାଇଁ ପ୍ରୟାସ, ପଞ୍ଜିକାରମାନଙ୍କୁ ନେଇ ଶ୍ରୀମନ୍ଦିର ପ୍ରଶାସନର ବୈଠକ

Published By : Prameya | December 11, 2024 7:38 PM

ପୁରୀ, ୧୧।୧୨ : ବିଭିନ୍ନ ପର୍ବପର୍ବାଣିକୁ ନେଇ ଲୋକଙ୍କ ମଧ୍ୟରେ ଯେଉଁ ଦ୍ଵନ୍ଦ ସୃଷ୍ଟି ହେଉଛି ତାହା ଦୂର କରିବା ପାଇଁ ପ୍ରୟାସ ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। ଓଡ଼ିଶାର ପ୍ରସିଦ୍ଧ ପଞ୍ଜିକାରମାନଙ୍କୁ  ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବୈଠକ  ବୁଧବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି। 

ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ପାଞ୍ଚଜଣ ପଞ୍ଜିକା ପ୍ରକାଶନ କରୁଥିବା ଅନୁଷ୍ଠାନ ଯୋଗ ଦେଇଥିଲେ। ଆଗାମୀ ପାଞ୍ଜି ପ୍ରକାଶ ପୂର୍ବରୁ ତାଙ୍କର ଗଣନା ଏବଂ ପାଣ୍ଡୁଲିପି ମୁକ୍ତିମଣ୍ଡପ ପଣ୍ଡିତ ସଭାକୁ ପ୍ରଦାନ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ଏହି ପାଣ୍ଡୁଲିପିକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ତର୍ଜମା କରିବେ । ଭୁଲ୍  ଥିବା ସମସ୍ତ ତଥ୍ୟକୁ ଠିକ୍ କରିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏହା ଦିଆଯାଇ ଅନୁମୋଦନ କରାଯିବ। ଏହାପରେ ପଞ୍ଜିକା ପ୍ରକାଶ କରୁଥିବା ସଂସ୍ଥା ଗୁଡିକ ପଞ୍ଜିକା ପ୍ରକାଶ କରିବେ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି। ତେବେ ଶ୍ରୀମନ୍ଦିର ପ୍ରଶାସନର ବିନା ଅନୁମୋଦନରେ ବିଭ୍ରାନ୍ତିକର ସୂଚନା ପାଞ୍ଜିରେ ଦିଆଗଲେ ସମ୍ପୃକ୍ତ ସଂସ୍ଥାକୁ ନୋଟିସ୍ ଦିଆଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ନୀତି ପ୍ରଶାସକ କହିଛନ୍ତି।  ବୈଠକରେ ପଞ୍ଜିକାର, ମୁକ୍ତିମଣ୍ଡପ ପଣ୍ଡିତ ସଭା, ପୂଜାପଣ୍ଡା ନିଯୋଗ ସାମିଲ ହୋଇଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.