ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଇତିହାସ ରଚିଲେ ଶୁଭାଂଶୁ ଶୁକ୍ଳା; ଆକ୍ସିଅମ୍-୪ ମିଶନ ଲଞ୍ଚ୍, କାଲି ସାଢ଼େ ୪ଟାରେ ଡକିଂ

Published By : Manash Sahoo | June 25, 2025 12:28 PM

ନୂଆଦିଲ୍ଲୀ:  ବହୁ ପ୍ରତିକ୍ଷାର ଅନ୍ତ । ୬ଥର ଘୁଞ୍ଚିବା ପରେ ଆକ୍ସିଅମ୍-୪ ମିଶନ ଲଞ୍ଚ୍ । ନିର୍ଦ୍ଧାରିତ ସମୟରେ ମିଶନ ମହାକାଶ ଅଭିମୁଖେ ଯାତ୍ରା । ବୁଧବାର ଦିନ ୧୨ଟା ୧ ମିନିଟରେ ଆମେରିକାର ଫ୍ଲୋରିଡା ସ୍ଥିତ ନାସାର କେନେଡି ସ୍ପେଶ ସେଣ୍ଟରରୁ ଆକ୍ସିଅମ୍-୪ ଲଞ୍ଚ ହୋଇଛି । ଫାଲକନ୍-୯ ରକେଟ୍ ଦ୍ବାରା ଡ୍ରାଗନ୍ ମହାକାଶ ଯାନକୁ ଉତକ୍ଷେପଣ କରାଯାଇଛି । ଆସନ୍ତାକାଲି ଅପରାହ୍ଣ ୪ଟା ୩୦ରେ ଡକିଂ ପାଇଁ ଟାର୍ଗେଟ୍ ରଖାଯାଇଛି । ଦ୍ବିତୀୟ ଭାରତୀୟ ମହାକାଶଚାରୀ ଭାବେ ISSକୁ ଯାଇ ଇତିହାସ ରଚିଲେ ବାୟୁସେନା ଗ୍ରୁପ୍ କ୍ୟାପଟେନ୍ ଶୁଭାଂଶୁ ଶୁକ୍ଲା ।

ଏହି ମିଶନରେ ଶୁଭାଂଶୁଙ୍କ ସହ ଆମେରିକୀୟ ମହାକାଶଚାରୀ ପେଗୀ ହ୍ବିଟସନ୍, ପୋଲାଣ୍ଡର ସ୍ଲାଓଜ୍ ଉଜନାଲସ୍କୀ ଏବଂ ହଙ୍ଗେରୀର ମେକାନିକାଲ ଇଞ୍ଜିନିୟର ଟିବୋର କାପୁ କ୍ରିଉ ସଦସ୍ୟ ରହିଛନ୍ତି । ୧୪ ଦିନିଆ ମିଶନ ସମୟରେ ମହାକାଶଚାରୀ ISSରେ ବିଶ୍ୱବ୍ୟାପୀ ଜନସମ୍ପର୍କ କାର୍ଯ୍ୟକ୍ରମ, ମାଇକ୍ରୋଗ୍ରାଭିଟି ଗବେଷଣା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରିବେ । ଆକ୍ସିଅମ୍ ସ୍ପେସ୍, ସ୍ପେସ୍ ଏକ୍ସ ଏବଂ ଇସ୍ରୋର ଏହା ମିଳିତ ଅଭିଯାନ । ତେବେ ଶୁଭାଂଶୁଙ୍କର ୨ହଜାର ଘଣ୍ଟାରୁ ଅଧିକ ଉଡାଣ ଅଭିଜ୍ଞତା ରହିଛି । ୪୦ ବର୍ଷ ପରେ ଶୁଭାଂଶୁଙ୍କୁ ନେଇ ଏହା ଦ୍ବିତୀୟ ମାନବ ମହାକାଶ ଅଭିଯାନ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.