PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଅନୁପମଙ୍କ ସିନେମାରେ ନଜର ଆସିବେ ସିଦ୍ଧାନ୍ତ

ଭୁବନେଶ୍ବର, ୧୭/୮ : ଖୁବ୍‌ଶୀଘ୍ର ଆସିବାକୁ ଯାଉଛି ପ୍ରତିଭାବାନ ପ୍ରଯୋଜକ ତଥା ନିର୍ଦ୍ଦେଶକ ଅନୁପମ ପଟ୍ଟନାୟକଙ୍କ ନୂଆ ଓଡ଼ିଆ ସିନେମା । ଯାହାର ନାଁ ଏଯାଏଁ ଘୋଷଣା ହୋଇନି । କିନ୍ତୁ ଏତିକି ଜଣାପଡ଼ିଛି ଯେ, ସିନେମାଟିର କାହାଣୀ ବିଶିଷ୍ଟ କଥାକାର ଡ. ଗୌରହରି ଦାସଙ୍କ ଏକ କ୍ଷୁଦ୍ର ଗଳ୍ପରୁ ଉଦ୍ଧାର କରାଯାଇଛି । ଏହାର ରଚନା ରୋଶନ ବିଶୋଇ କରିଛନ୍ତି । ପ୍ରଯୋଜନା ଏବଂ ନିର୍ଦ୍ଦେଶନା ଭାର ଅନୁପମ ସମ୍ଭାଳିଛନ୍ତି । ଏଥିରେ ସଙ୍ଗୀତ ଦେଇଛନ୍ତି ଆଶିଷ ଓ ଅଙ୍କେଶ । ସମ୍ପାଦନା କରିଛନ୍ତି ସ୍ୱର୍ଗତ ଦେବେନ ମିଶ୍ର । ସିନେମାଟୋଗ୍ରାଫିରେ ଦୀପକ କୁମାର ତାଙ୍କ ଦକ୍ଷତା ପରଖିଛନ୍ତି ।

ସିନେମାର ମୁଖ୍ୟ ଭୂମିକାରେ ଦୀପନ୍ୱିତ ଦାଶମହାପାତ୍ର, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ରୋଶନ ବିଶୋଇ, ଦୀପକ ଉପାଧ୍ୟାୟ, ଶ୍ରୀଲା ତ୍ରିପାଠୀ, ଅବକାଶ ମିଶ୍ର ଓ ଅନ୍ୟମାନେ ବିଭିନ୍ନ ଚରିତ୍ରରେ ଅଭିନୟ କରିଛନ୍ତି । ଖୁବ୍‌ଶୀଘ୍ର ସିନେମାର ଶୀର୍ଷକ ଘୋଷଣା ସାଙ୍ଗକୁ ପୋଷ୍ଟର୍‌ ରିଲିଜ୍‌ ହେବାକୁ ଯାଉଛି । ନିକଟରେ ମୁକ୍ତିଲାଭ କରିଥିବା ଓ୍ବେବ୍‌ସିରିଜ୍‌ ‘ଗ୍ୟାଙ୍ଗସ୍‌ ଅଫ୍‌ ପୁରୀ’ ପାଇଁ ଅନୁପମ ଚର୍ଚ୍ଚାରେ ଥିଲାବେଳେ ଏହି ସିନେମାରେ ଆଉ କ’ଣ ନୂଆ ଦେଖିବାକୁ ମିଳିବ ତାକୁ ନେଇ ଆଲୋଚନା ଆରମ୍ଭ ହୋଇଛି ।

 ପୂର୍ବରୁ ‘ରାତି ସରି ସରି ଯାଉଛି’ ଏବଂ ‘ତୁଳସୀ ଅପା’ ଭଳି କଞ୍ଚା ଓଡ଼ିଆ ମୌଳିକ କାହାଣୀ ଭେଟି ଦେଇଥିବା ଅନୁପମଙ୍କଠୁ ଦର୍ଶକ ବହୁତ କିଛି ଆଶା ରଖିଥିଲାବେଳେ ଏ ସିନେମା ଏକ ମାଇଲ୍‌ଷ୍ଟୋନ୍‌ ହେବ ବୋଲି ସେ ଆଶାବାଦୀ ।