ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କୋଣାର୍କ ସୂର୍ଯ୍ୟମନ୍ଦିରରେ ସିଙ୍ଗାପୁର ରାଷ୍ଟ୍ରପତି, ୪ ଘଣ୍ଟା ପାଇଁ ପର୍ଯ୍ୟଟକଙ୍କ କଟକଣା ଲାଗୁ

Published By : Harapriya Sethi | January 18, 2025 1:46 PM

କୋଣାର୍କ,୧୮/୦୧: କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଓ ତାଙ୍କ ପତ୍ନୀ । ଦିନ ୧୧ଟାରେ ଏଠାରେ ପହଞ୍ଚିବା ପରେ ପ୍ରଥମେ ବ୍ୟାଖ୍ୟାନ କେନ୍ଦ୍ରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବ୍ୟାଖ୍ୟାନ କେନ୍ଦ୍ର ବୁଲି ସାରି ସୂର୍ଯ୍ୟମନ୍ଦିର ପରିଦର୍ଶନ କରିଥିଲେ । ସୂର୍ଯ୍ୟମନ୍ଦିରର ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ଭାବ ବିହ୍ୱଳ ହୋଇଥିଲେ।

ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କୋଣାର୍କରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା। ଏହି ଗସ୍ତ ସମୟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ପୋଲିସ ଆଇଜି ଅନୁପ କୁମାର ସାହୁ, ଡିଆଇଜି ଅଖିଳେଶ୍ୱର ସିଂ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ, ପୁରୀ ଏସ୍‌ପି ବିନୀତ ଅଗ୍ରଓ୍ଵାଲ, ଏଏସ୍‌ଆଇ ସର୍କଲ ସୁପରିଟେଣ୍ଡେଣ୍ଟ୍ ଡ଼ ଡି ବି ଗଡ଼ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ସକାଳ ୪ ଘଣ୍ଟା ପାଇଁ ସୂର୍ଯ୍ୟମନ୍ଦିରକୁ ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.