ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଆଜି କୋଣାର୍କ ପରିଦର୍ଶନ କରିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍‌, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

Published By : Prameya | January 18, 2025 8:26 AM

କୋଣାର୍କ,୧୮/୦୧: ଆଜି ବିଶ୍ୱ ଐତିହ୍ୟ କୋଣାର୍କ  ସୂର୍ଯ୍ୟମନ୍ଦିର ପରିଦର୍ଶନରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍‌ ଯିବେ । ଏହାକୁ ଦୃଷ୍ଟିରେ ରଖି କୋଣାର୍କରେ ସୁରକ୍ଷା ବ୍ୟବସ୍ଥାକୁ  କଡ଼ାକଡ଼ି କରାଯାଇଛି। କୋଣାର୍କ ସୂର୍ଯ୍ୟମନ୍ଦିର, ବ୍ୟାଖ୍ୟାନ କେନ୍ଦ୍ର ପରିସର ପୁଲିସ୍‌  ସୁରକ୍ଷା ବଳୟରେ ରହିବ।

ଶନିବାର କୋଣାର୍କରେ  ଯାନବାହାନ ପାର୍କିଂ, ଟ୍ରାଫିକ୍‌ ବ୍ୟବସ୍ଥାକୁ ଗୁରୁତ୍ୱ  ଦିଆଯାଇଛି । ସକାଳେ ୪ଘଣ୍ଟା ପାଇଁ ସୂର୍ଯ୍ୟମନ୍ଦିରକୁ  ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁ କରାଯାଇଛି ।  ସକାଳ ୮ଟାରୁ କୋଣାର୍କକୁ ପ୍ରବେଶ କରୁଥିବା ସମସ୍ତ ଯାନବାହାନ ହେଲିପ୍ୟାଡ୍‌ରେ ପାର୍କିଂ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରାସ୍ତା ପାଶ୍ୱର୍ରେ ଯାନବାହାନ  ପାର୍କିଂ ବାରଣ କରାଯାଇଛି । ଜଣେ ଅତିରିକ୍ତ ଏସ୍‌ପି,  ୨ଜଣ ଡିଏସ୍‌ପି, ୧୧ଜଣ ଆଇଆଇସି, ଏସ୍‌ଆଇ  ଓ ଏଏସ୍‌ଆଇ ୨୬ଜଣ, ସ୍ପେଶାଲ ଟେକ୍ନିକାଲ୍‌  ୟୁନିଟ୍‌, ୬ପ୍ଲାଟୁନ ଫୋର୍ସ କୋଣାର୍କ ପାଇଁ ନିୟୋଜିତ  ଅଛନ୍ତି । ସୂର୍ଯ୍ୟମନ୍ଦିର ସମ୍ମୁଖ ରାସ୍ତାରେ ହସ୍ତଶିଳ୍ପ  ଦୋକାନଗୁଡ଼ିକ କପଡ଼ାରେ ଢାଙ୍କି ଦିଆଯାଇଛି ।  ସମୀକ୍ଷା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ  ଏସ୍‌ପି ବିଷ୍ଣୁ ପ୍ରସାଦ ପତି, ନିମାପଡ଼ା ଏସ୍‌ଡିପିଓ  ପ୍ରଭାତ କୁମାର ମଲ୍ଲିକ, କୋଣାର୍କ ଥାନା ଆଇଆଇସି  ପୂର୍ଣ୍ଣଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ ।

ଶୁକ୍ରବାର ଅପରାହ୍ଣରେ ପୁଲିସ୍‌ ଆଇଜି ଅନୁପ କୁମାର ସାହୁ, ଡିଆଇଜି  ଅଖିଳେଶ୍ୱର ସିଂ, ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର  ସ୍ୱାଇଁ, ଏସ୍‌ପି ବିନୀତ ଅଗ୍ରୱାଲ କୋଣାର୍କରେ  ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.