ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ରାଜସ୍ଥାନରେ ମର୍ମନ୍ତୁଦ ଦୁର୍ଘଟଣା, ୬ ମୃତ

Published By : Anindita Ratha | March 6, 2025 9:11 AM

ନୂଆଦିଲ୍ଲୀ,୦୬/୦୩: ରାଜସ୍ଥାନରେ ମର୍ମନ୍ତୁଦ ଦୁର୍ଘଟଣା। ଟ୍ରକକୁ ଧକ୍କା ଦେଲା କାର୍। ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଜଣେ ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ଭୋର ସମୟରେ ରାଜସ୍ଥାନ ସିରୋହି ନ୍ୟାଶନାଲ ହାଇଓ୍ବେ-୨୭ରେ ଏହି ଘଟଣା ଘଟିଛି। ତେବେ ସମସ୍ତ ମୃତକ ଜାଲୋର ବୋଲି ଜଣାପଡ଼ିଛି ।  

ସୂଚନା ମୁତାବକ,କାରରେ ଥିବା ୭ ଜଣ ଲୋକ ଅହମ୍ମଦାବାଦ ଫେରୁଥିଲେ।  ସେହି ସମୟରେ ହାଇଓ୍ବେ-୨୭ରେ କାର୍ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ କାରରେ ଥିବା ୬ ଜଣଙ୍କ ମୃତ୍ୟୁ ହୋଇଛି ।ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଦୁର୍ଘଟଣା ବିଷୟରେ ପୋଲିସକୁ ଜଣାଇଥିଲେ। ଅନ୍ୟପଟେ ଦୁର୍ଘଟଣାକୁ ନେଇ ଯାନବାହନ ଯାତାୟତରେ ବାଧାପ୍ରାପ୍ତ ହୋଇଥିଲା। 

ଏହା ମଧ୍ୟ ପଢନ୍ତୁ- ଜୁଲାଇ ୩ରୁ ଆରମ୍ଭ ହେବ ପ୍ରସିଦ୍ଧ ଅମରନାଥ ଯାତ୍ରା, ରକ୍ଷାବନ୍ଧନ ପର୍ଯ୍ୟନ୍ତ ଚାଲିବ

ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ପୋଲିସକୁ ଗ୍ୟାସ କଟର ସାହାଯ୍ୟରେ କାର କାଟି ଭିତରେ ଫସି ରହିଥିବା ଲୋକଙ୍କୁ ବାହାର କରିବାକୁ ପଡିଲା। ଜଣେ ଗୁରୁତର ଆହତ ମହିଳା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ପୋଲିସ ଏକ କ୍ରେନ୍ ସାହାଯ୍ୟରେ ଟ୍ରକରେ ଫସି ରହିଥିବା କାରଟିକୁ ବାହାର କରିଥିଲା। ମୃତକଙ୍କ ମଧ୍ୟରେ ପରିବାରର ଜଣେ ସଦସ୍ୟ ନରସାରାମଙ୍କ ପୁଅ ନାରାୟଣ ପ୍ରଜାପତି, ସ୍ତ୍ରୀ ପୋଶି ଦେବୀ, ପୁଅ ଦୁଷ୍ୟନ୍ତ ଏବଂ ଡ୍ରାଇଭର ପ୍ରକାଶଙ୍କ ପୁଅ କାଲୁରାମଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିଲା। କାଲୁରାମଙ୍କ ପୁଅ ଯଶାରାମ ଏବଂ ପୁଖରାଜଙ୍କ ପୁଅ ଜୟଦୀପଙ୍କ ଡାକ୍ତରଖାନାରେ ଚିକିତ୍ସା ସମୟରେ ମୃତ୍ୟୁ ହୋଇଥିଲା। 






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.