ପ୍ରମୂଖ ଖବର
  • ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଅପରାଧିକ ତଥ୍ୟ ମାଗିଲେ ହାଇକୋର୍ଟ, ସତ୍ୟପାଠ ଦାଖଲ କରିବେ ଦୀପାଳି
  • ||
  • ଓଡ଼ିଶାର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ , ନିଯୁକ୍ତି ଦେଲେ ରାଷ୍ଟ୍ରପତି
  • ||
  • ଆନନ୍ଦପୁର : ପାଣି ପାଇଁ ରାସ୍ତାରୋକ, ସମସ୍ୟାର ସମାଧାନ ନହେଲେ ରାସ୍ତାରୁ ନହଟିବାକୁ ଚେତାବନୀ
  • ||
  • ବ୍ରହ୍ମପୁର : ଏକାଧିକ ବେଆଇନ୍‌ ହୁକ୍କା ବାର୍‌ରେ ପୋଲିସର ଚଢାଉ, ୭ ମାମଲା ରୁଜୁ କରି ତଦନ୍ତ ଆରମ୍ଭ
  • ||
  • ବାର୍‌ ଡ୍ୟାନ୍ସ କଟକଣା ମାମଲା: ଜବାବ ରଖିଲେନି ସରକାର, ୨୪ରେ ଚୂଡ଼ାନ୍ତ ଶୁଣାଣି
  • ||
  • ବିରୋଧୀଙ୍କ ହଟ୍ଟଗୋଳରେ ଧୋଇଗଲା ପ୍ରଶ୍ନକାଳ, ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ
  • ||
  • ଉଦଳା : ସରକାରୀ ଚାକିରି ନାଁରେ ଠକେଇ କରୁଥିଲେ ଶିକ୍ଷକ, ୩ ଜଣଙ୍କୁ ବାନ୍ଧିଲା ପୋଲିସ
  • ||
  • ରାଜଧାନୀରେ ଚେନ୍‌ ସ୍ନାଚର୍‌ଙ୍କ ଆତଙ୍କ: ଗୋଟିଏ ଦିନରେ ଦୁଇଟି ସ୍ଥାନରୁ ଲୁଟ୍‌, ସିସିଟିଭି ଯାଞ୍ଚ କରୁଛି ପୋଲିସ
  • ||
  • ଉମରକୋଟରେ ଭାରସାମ୍ୟ ହରାଇ ଓଲଟିଲା ବରଯାତ୍ରୀ ଗାଡି, ଡ୍ରାଇଭର ମୃତ, ୬ ଗୁରୁତର ହସ୍ପିଟାଲରେ ଭର୍ତ୍ତି
  • ||
  • ଅନ୍ତର୍ଜାତୀୟ ବନ ଦିବସ: ଜଳୁଛି ଜଙ୍ଗଲ, ଥମୁନି ବନ୍ୟଜନ୍ତୁ ଶିକାର
  • ||
  • ଖରା ଯୋଗୁଁ ବଦଳିଲା ସମୟ, ଆଜିଠୁ ସକାଳୁଆ ସ୍କୁଲ: ପ୍ରଥମରୁ ଦ୍ୱାଦଶ ସାଢ଼େ ୬ରୁ ସାଢ଼େ ୧୦ ପାଠପଢ଼ା
  • ||
  • ତାତିରୁ ମିଳିବ ଆଶ୍ୱସ୍ତି: ଆଜି ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ୧୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

‘କିଟ୍’ ନେପାଳ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ, ପୁଣି ୬ ଜଣଙ୍କୁ ନୋଟିସ୍

Published By : Prameya | February 25, 2025 6:15 PM

ଭୁବନେଶ୍ବର, ୨୫/୨ :   ‘କିଟ୍’ ନେପାଳ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ପୁଣି ୬ ଜଣଙ୍କୁ ନୋଟିସ୍‌ । ଉଚ୍ଚସ୍ତରୀୟ କମିଟି ପାଖରେ ୨୭ରେ ହାଜର ହେବାକୁ ନିର୍ଦ୍ଦେଶ । ୬ ଜଣଙ୍କୁ ନୋଟିସ୍‌ ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା । ନୋଟିସ୍‌ ହୋଇଥିବା ୬ ଜଣ ହେଉଛନ୍ତି ଚିଫ୍‌ ପ୍ରୋକ୍ଟର ପିକେ ପଟ୍ଟନାୟକ, ହଷ୍ଟେଲ କୁଇନ୍‌ କାଷ୍ଟଲର ସିନିୟର ସୁପରିଣ୍ଟେଣ୍ଡାଣ୍ଟ ସଂହିତା ମିଶ୍ର, ଆସିଷ୍ଟାଣ୍ଟ ଡାଇରେକ୍ଟର ସ୍ମରିକା ପତି, ଇଣ୍ଟରନାଲ କମିଟି ମୁଖ୍ୟ ଈପ୍ସିତା ଶତପଥୀ ଓ ଆଡ୍‌ମିନିଷ୍ଟ୍ରେଟିଭ ଅଫିସର ସିଦ୍ଧାର୍ଥ ରାୟଙ୍କୁ ଉଚ୍ଚସ୍ତରୀୟ କମିଟି ପାଖରେ ହାଜର ହେବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନୋଟିସ୍ କରାଯାଇଛି ।

ପ୍ରକାଶ ଯେ, ଏହା ପୂର୍ବରୁ କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ ଉଚ୍ଚସ୍ତରୀୟ କମିଟି ଆଗରେ ହାଜର ହେବାକୁ କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ହାଜର ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଥିଲା । ଶୁକ୍ରବାର  ସଂଧ୍ୟା ସାଢ଼େ ୬ଟାରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ହେବାକୁ କୁହାଯାଇଥିଲା। 

କିଟ୍  ବିଶ୍ବବିଦ୍ୟାଳୟରେ ପଢୁଥିବା ନେପାଳର  ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନପୁଙ୍ଗ ତଦନ୍ତ ପାଇଁ  ସରକାର  ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । କମିଟିରେ ଗୃହ ବିଭାଗର ଅତିରିକ୍ତ ସଚିବ, ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପ୍ରମୁଖ ସଚିବ, ଉଚ୍ଚଶିକ୍ଷା ସଚିବ କମିଟିର ସଦସ୍ୟ ରହିଛନ୍ତି । ସରକାରଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ତଥ୍ୟ ଅନୁସନ୍ଧାନ କମିଟିର ରିପୋର୍ଟକୁ  ଆଧାର କରି ଉପଯୁକ୍ତ ଆଇନଗତ ଏବଂ ପ୍ରଶାସନିକ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ଉକ୍ତ କମିଟି ବୁଧବାର କିଟ୍ କ୍ୟାମ୍ପସ ପରିଦର୍ଶନ କରିଥିଲେ।  ହଷ୍ଟେଲରେ ଥିବା ନେପାଳର ଛାତ୍ରଛାତ୍ରୀ ଓ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ବିସ୍ତୁତ ଆଲୋଚନା କରିଥିଲେ । ନେପାଳର ଛାତ୍ରଛାତ୍ରୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା ଓ କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ କର୍ତ୍ତୃପକ୍ଷଙ୍କ ଦ୍ବାରା ନିଆଯାଇଥିବା ପଦକ୍ଷେପ ବିଷୟରେ କମିଟି ତଦାରଖ କରିଥିଲା।  

ଗତ ୧୬ ତାରିଖ ରାତିରେ ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ବି.ଟେକ ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲଙ୍କ ମୃତଦେହ ମିଳିଥିଲା। ହଷ୍ଟେଲ୍ ରୁମରୁ ଏକ ଫ୍ୟାନ୍ରୁ ପ୍ରକୃତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା । ଏହାକୁ ନେଇ  କଲେଜରେ ଉତ୍ତେଜନା ଦେଖାଦେଇଥିଲା । ଅଭିଯୁକ୍ତକୁ ଗିରଫ ଏବଂ ଦୃଢ କାର‌୍ୟ୍ୟାନୁଷ୍ଠାନ ଦାବିରେ ବିଶ୍ୱବିଦ୍ୟାଳୟରେ ପଢୁଥିବା ନେପାଳୀ ଛାତ୍ରଛାତ୍ରୀ ଆନ୍ଦୋଳନ କରିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.