ଏପ୍ରିଲ ୨୦ରୁ ସ୍କିଲ୍ଡ ଇନ୍ ଓଡ଼ିଶା କନକ୍ଲେଭ, ସଫଳ ଆୟୋଜନ ନେଇ ମୁଖ୍ୟ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୫/୦୩ : ଏପ୍ରିଲ ୨୦ରୁ ୨୩ ଯାଏ କଳିଙ୍ଗ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଯାଉଛି ସ୍କିଲ୍ଡ ଇନ୍ ଓଡ଼ିଶା କନକ୍ଲେଭ । ଏହାର ଆୟୋଜନ ନେଇ ଶୁକ୍ରବାର ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ପ୍ରମୁଖ ସଚିବ ଏବଂ ସଚିବଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଅଧ୍ୟକ୍ଷତା କରିବା ସହ ଏହାର ସଫଳ ଆୟୋଜନ ଦିଗରେ ସହଯୋଗ କରିବାକୁ ସବୁ ବିଭାଗକୁ ଅନୁରୋଧ କରିଛନ୍ତି ।
ସେ କହିଛନ୍ତି, ସରକାରଙ୍କ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ପାଇଁ ସମ୍ବଳର ଅଭାବ ନାହିଁ । ସ୍କିଲ୍ ଇନ୍ ଓଡ଼ିଶା ମିଶନକୁ ଦେଶର ଅନ୍ୟତମ ଶ୍ରେଷ୍ଠ ମିଶନ ଭାବେ ବିକଶିତ କରିବା ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ର ଓ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଉଦ୍ୟମ ପ୍ରଶଂସନୀୟ । ବୈଠକରେ ବିଭାଗୀୟ ସଚିବ ଉଷା ପାଢ଼ୀ, ବିଶ୍ୱ ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତୋ ବାଗ୍ଚୀ ଏବଂ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରର ସିଇଓ ଅଳକା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।