PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଜଗତସିଂହପୁର : ବଡ଼ଭାଇ ସାର୍ଟିଫିକେଟ୍‌ ଦେଇ ଆର୍ମିରେ କରିଥିଲେ ଚାକିରୀ, ଅବସର ପରେ ବନ୍ଧାହେଲେ
  • ||
  • ଯାଜପୁର : ୨ ବର୍ଷ ହେଲାଣି ମିଳୁନି ନିଖୋଜ ପିହୁର ପତ୍ତା, ନ୍ୟାୟ ଆଶାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ ପରିବାର
  • ||
  • କଟକ : ଅତିରିକ୍ତ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • କଟକ : ଗୋଟିଏ ମଞ୍ଚରେ ଶାହ-ନବୀନ-ଧର୍ମେନ୍ଦ୍ର, ପ୍ରଜାତନ୍ତ୍ରର ସ୍ଵନକ୍ଷତ୍ର ଉତ୍ସବରେ ସାମିଲ ହେଲେ ତିନି ନେତା
  • ||
  • ରାଜ୍ୟରେ ନାହିଁ ଟିକା ଅଭାବ, ଗାଁ ଗାଁରେ ଟିକାକରଣ ଉପରେ ଦିଆଯାଉଛି ଗୁରୁତ୍ଵ : ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||

ଆଜି ଉଦ୍‌ଘାଟନ ହେବ ସ୍ମାର୍ଟ ସିଟି ଦକ୍ଷତା କେନ୍ଦ୍ର, କାର୍ଯ୍ୟକ୍ରମରେ ଯୋଗଦେବେ ନବୀନ ଜିନ୍ଦଲ

ଭୁବନେଶ୍ୱର,୩୦/୦୬: ଗୁରୁବାର ସହିଦନଗର ଆଇପିସି ପରିସରରେ ନିର୍ମାଣ ହୋଇଥିବା ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ ହେବ । ଏଠାରେ ବସ୍ତି ପିଲାଙ୍କୁ ଦକ୍ଷତା ବିକାଶର ପ୍ରଶିକ୍ଷଣ ଦିଆଯିବ । ପୁନେ ଲାଇଟ ହାଉସ୍‌ ଫାଉଣ୍ଡେସନ୍‌ ଓ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ (ବିଏସ୍‌ସିଏଲ) ପକ୍ଷରୁ ଏହି ଦକ୍ଷତା କେନ୍ଦ୍ରର ବିକାଶ କରାଯାଇଛି ।

ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାରର ଅଧ୍ୟକ୍ଷ ନବୀନ ଜିନ୍ଦଲ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ । ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ, ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ କର୍ତ୍ତୃପକ୍ଷ ସୁବ୍ରତ ବାଗ୍‌ଚୀ, ଜେସପିଏଲ୍‌ ଫାଉଣ୍ଡେସନ୍‌ ଅଧ୍ୟକ୍ଷା ସାଲୁ ଜିନ୍ଦଲ, ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନାନ୍‌ ପ୍ରମୁଖ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସୂଚନା ମିଳିଛି।