PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରୁ ଦୁବାଇ ବିମାନ ସେବା ପାଇଁ ଟିକେଟ ବୁକିଂର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୋଆର ନୂତନ କୁଳପତି ଭାବେ ଦାୟିତ୍ୱ ଗ୍ରହଣ କଲେ ପ୍ରଫେସର ପି.କେ. ନନ୍ଦ
  • ||
  • ୫ଟି ସଚିବଙ୍କ ପୁରୀ ଗସ୍ତ, ଶ୍ରୀ ଜଗନ୍ନାଥ କ୍ରୀଡା କମ୍ପ୍ଲେକ୍ସ ନିର୍ମାଣର ଅଗ୍ରଗତି କଲେ ସମୀକ୍ଷା
  • ||
  • ଭୁବନେଶ୍ଵର : ଓଡ଼ିଶା ଦିବସରେ କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ୪୩ ଲକ୍ଷରୁ ଉର୍ଦ୍ଧ୍ଵ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଗଲା ୮୭୭ କୋଟି
  • ||
  • ଭୁବନେଶ୍ଵର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୂଳିଆକୁ ଗଡିବ ମେଟ୍ରୋ
  • ||
  • ଭୁବନେଶ୍ୱର : ଭୁବନେଶ୍ୱର-କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ପ୍ରତିଷ୍ଠା ପାଇଁ ପ୍ରକ୍ରିୟା ଆରମ୍ଭ, ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
  • ||
  • ପୁରୀ : ପୁରୀରେ ପୁଣି ଆତଙ୍କରାଜ, ଦୋକାନ ବାହାରେ ଥୁଆ ହୋଇଥିବା ବାଇକ୍ ଜାଳିଦେଲେ ଦୁର୍ବୃତ୍ତ
  • ||
  • ବସ୍ତା : ସୁବର୍ଣ୍ଣରେଖା ନଦୀରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ବଲାଙ୍ଗୀର : ଜାଲ ସାର୍ଟିଫିକେଟ ମାମଲା : ତଦନ୍ତ କରିବ କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||

ଆଜି କୁହୁଡ଼ି, କାଲିଠୁ ହାଲୁକା ବର୍ଷା

source:www.telegraphindia.com

ଭୁବନେଶ୍ୱର,୨୪ା୧(ବ୍ୟୁରୋ): କୁହୁଡ଼ି ପ୍ରକୋପ ସାମାନ୍ୟ କମିଛି । ତଥାପି ଆସନ୍ତା ଦୁଇଦିନ ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ । ଅପରପକ୍ଷରେ ୨୬ ଓ ୨୭ ତାରିଖରେ ପାଗ ଆଂଶିକ ମେଘୁଆ ରହିବ । ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲାରେ ହାଲ୍‌କା ବର୍ଷା ବି ହୋଇପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସଙ୍କ ଆକଳନ ହେଲା, ଶୁକ୍ରବାର ଓ ଶନିବାର ଉପକୂଳ ଓଡ଼ିଶାରେ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ । ପଶ୍ଚିମା ଓ ପୂର୍ବ ଦିଗରୁ ବାୟୁ ପ୍ରବାହରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି । ଆସନ୍ତା ୨୬ ତାରିଖ (ରବିବାର) ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହୋଇପାରେ । ବାକି ସ୍ଥାନଗୁଡ଼ିକରେ ପାଗ ଆଂଶିକ ମେଘୁଆ ରହିବ । ସୋମବାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଗଞ୍ଜାମ ଓ ଗଜପତିରେ ହାଲ୍‌କା ବର୍ଷା ସମ୍ଭାବନା ଅଛି । ବର୍ଷା କମିବା ପରେ ୨୮ରୁ ପାଗ ପୁଣି ବଦଳିବ । ଆଭ୍ୟନ୍ତୀରଣ ଓଡ଼ିଶାରେ ପାରଦ ୨ରୁ ୩ ଡିଗ୍ରୀ ଖସିବା ସହ ଶୀତ ବଢ଼ିବା ସମ୍ଭାବନା ଅଛି । ସେହିପରି ଆସନ୍ତା ୨୯ ତାରିଖରୁ ଉପକୂଳ ଓଡ଼ିଶାରେ ମଧ୍ୟ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବ । ଶୀତ ପ୍ରକୋପ ବଢ଼ିବ ।