ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ସାପ କାମୁଡ଼ାରେ ଦୁଇ ନାବାଳିକାଙ୍କ ମୃତ୍ୟୁ…

Published By : Ladu Kishor | June 24, 2025 10:49 PM

Image courtesy: indiatoday

ରାଜଗାଙ୍ଗପୁର୨୪/୬: ରାଜଗାଙ୍ଗପୁର ଅଞ୍ଚଳରେ ସାପ କାମୁଡ଼ାରେ ଦୁଇ ନାବାଳିକାଙ୍କ ମୃତ୍ୟୁ ଘଟିଛି । ମୃତକ ଦୁଇ ଜଣ ହେଲେ ରାଜଗାଙ୍ଗପୁର ପୌରାଞ୍ଚଳର ରାଣୀବନ୍ଧ ଧୁବାପଡାର ଲଳିତା ସିଂ ମିଶ୍ରମ (୧୦) ଏବଂ ରାଜଗାଙ୍ଗପୁର ବ୍ଲକ ବିଜା ଖମନ ଗ୍ରାମର ସଞ୍ଜୁ ଲାକ୍ରା (୧୭)। 

ପ୍ରାପ୍ତ ସୂଚନା ମୁତାବକ ଗତ ରାତ୍ରୀରେ ଲଳିତା ଘରେ ଶୋଇଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ିଥିଲା । ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ରାଜଗାଙ୍ଗପୁର ସିଏଚସିକୁ ଅଣାଯାଇଥିଲା। ତାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ରାଉରକେଲା ସ୍ଥିତ ଆରଜିଏଚକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ପହଞ୍ଚିବା ପରେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଏକ ଘଟଣାରେ ଗତ ୨୦ ତାରିଖରେ ସଞ୍ଜୁ ଲାକ୍ରାଙ୍କୁ ଏକ ବିଷାକ୍ତ ସାପ କାମୁଡିଥିଲା । ତାଙ୍କୁ ରାଉରକେଲା ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ  ଚିକିତ୍ସା ଚାଲିଥିବା ବେଳେ ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି । ପୋଲିସ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ଉଭୟଙ୍କର ରାଉରକେଲାରେ ଶବ ବ୍ୟବଛେଦ କରିବା ପରେ ମୃତଦେହକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.