ଭୁବନେଶ୍ୱର, ୨୪/୦୫: ସ୍ନାନଯାତ୍ରା ପ୍ରସ୍ତୁତି ବୈଠକ । ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ। ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ସଦ୍ଭାବନା ଗୃହରେ ବସିଥିଲା ବୈଠକ । ଏହି ମିଟିଂରେ ପୁରୀ ଏସ୍ପିଙ୍କ ସହ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।
ଆସନ୍ତା ଜୁନ୍ ୧୧ ତାରିଖରେ ସ୍ନାନ ଯାତ୍ରା ଅନୁଷ୍ଠିତ ହେବ । ତାପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ଡାକିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏସ୍ପି, ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀ, ଅଲାରନାଥ ସେବାୟତ ସାମିଲ ଥିଲେ। ବୈଠକରେ ମହାପ୍ରଭୁଙ୍କ ଅଣସର ନୀତି ସମୟରେ ପ୍ରଭୁ ଅଲାରନାଥଙ୍କ ମନ୍ଦିରରେ କିପରି ଶୃଙ୍ଖଳିତ ନୀତିକାନ୍ତି ହେବ, ସେନେଇ ଆଲୋଚନା ହୋଇଛି । ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନ ଓ ସୁବିଧା ପାଇଁ ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଭକ୍ତଙ୍କ ସୁରକ୍ଷା ପାଇଁ ପୁଲିସ ଫୋର୍ସ ସହ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୮ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯିବ ।