ପ୍ରମୁଖ ଖବର
  • କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇ ଥାନା ବଡପଦା ଗାଁରେ ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ, ୫ ବର୍ଷର ଶିଶୁ ମୃତ
  • ||
  • ମଧ୍ୟପ୍ରଦେଶ କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଲେ କମଲନାଥ
  • ||
  • ବଲାଙ୍ଗୀର : ଓଡ଼ିଶାରେ ସବୁଠୁ ବଡ଼ IT ରେଡ୍, ୨୦ ସ୍ଥାନରେ ଚଢାଉ, ବାହାରୁଛି ବସ୍ତା ବସ୍ତା ଟଙ୍କା
  • ||
  • ଘଟଗାଁ : ଯୁବକଙ୍କୁ ବିଭତ୍ସ ଭାବେ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • କାଲିମେଳା : ଗାଁ ଦାଣ୍ଡରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ବ୍ରହ୍ମବରଦା : ମେଣ୍ଢା ଫାର୍ମ ହାଉସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ୨୧ ମେଣ୍ଢା ଗୁରୁତର
  • ||
  • କଟକ: ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍
  • ||
  • ଭୁବନେଶ୍ୱର: ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଆନ୍ଦୋଳନକୁ ନା’, ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସ୍‌ମା
  • ||
  • ଭୁବନେଶ୍ୱର: କାଲୁଆ କରିଦେଲା କୋହଲା ପାଗ, ଦିନ ତାପମାତ୍ରା ୫ ଡିଗ୍ରୀ ଖସିଗଲା
  • ||

କୁଆପଥର ବର୍ଷା ଆଶଙ୍କା

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଆସନ୍ତାକାଲି ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । କେତେକ ଜାଗାରେ କୁଆପଥର ବି ବର୍ଷିପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଭ୍ୟନ୍ତରୀଣ ଓଡ଼ିଶାରେ ଆଜି ପାଗ ଆଂଶିକ ମେଘୁଆ ଥିବାବେଳେ ସନ୍ଧ୍ୟାରେ ସୁନ୍ଦରଗଡ଼ ସମେତ କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଛି । ଅନ୍ୟପକ୍ଷରେ ଉପକୂଳ ଓଡ଼ିଶାରେ କୁହୁଡ଼ି ଆଜି ନାକେଦମ୍‌ କରିଛି । ପାଣିପାଗ ବିଭାଗର ପୂର୍ବାନୁମାନ ହେଲା, ଆସନ୍ତାକାଲି ଉତ୍ତର ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ଜାଗାରେ ବର୍ଷା ହୋଇପାରେ । ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ । କଳାହାଣ୍ଡି, ବୌଦ୍ଧ, କନ୍ଧମାଳରେ ବି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଅନ୍ୟପକ୍ଷରେ ଆସନ୍ତାକାଲି ସକାଳେ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଭଦ୍ରକରେ ଘନ କୁହୁଡ଼ି ସମ୍ଭାବନା ଅଛି ।
୧୭ ତାରିଖରେ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବାକି ସ୍ଥାନରେ ପାଗ ଶୁଖିଲା ରହିବ ।

Copyright © 2022 - Summa Real Media Private Limited. All Rights Reserved.