ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗରେ ପୁଣି ଥରେ ସୋଆ ସ୍ଥାନିତ

ଭୁବନେଶ୍ୱର, ୮/୬ : ସମ୍ମାନଜନକ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗସରେ ଓଡ଼ିଶାର ଏକମାତ୍ର ବେସରକାରୀ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ହାସଲ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) । ଦେଶର ୪୬ଟି ଉଚ୍ଚ ଶିକ୍ଷାନୁଷ୍ଠାନକୁ ନେଇ ପ୍ରସ୍ତୁତ ଏହି ବିଶ୍ୱ ରାଙ୍କିଙ୍ଗସରେ ସ୍ଥାନ ପାଇଛି ସୋଆ ।

ଏହି ରାଙ୍କିଙ୍ଗରେ ୧୨୦୧ ରୁ ୧୪୦୦ବ୍ରାକେଟରେ ସୋଆ ରହିଥିବାବେଳେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର ଓଡ଼ିଶାର ଅନ୍ୟତମ ଶିକ୍ଷାନୁଷ୍ଠାନ ଭାବେ ଏହି ରାଙ୍କିଙ୍ଗରେ ସ୍ଥାନ ପାଇଛି । ଓଡ଼ିଶାର କେବଳ ଦୁଇଟି ଶିକ୍ଷାନୁଷ୍ଠାନ ଏଥିରେ ସ୍ଥାନ ପାଇଛନ୍ତି । 

ଶୈକ୍ଷିକ ଖ୍ୟାତି, ନିଯୁକ୍ତିଦାତାଙ୍କ ଖ୍ୟାତି, ଫ୍ୟାକଲ୍ଟିଙ୍କର ସନ୍ଦର୍ଭ, ଫ୍ୟାକଲ୍ଟି ଛାତ୍ର ଅନୁପାତ, ଆନ୍ତର୍ଜାତିକ ଫ୍ୟାକଲ୍ଟି ଏବଂ ଆନ୍ତର୍ଜାତିକ ଛାତ୍ରଛାତ୍ରୀ ସଂଖ୍ୟା ଇତ୍ୟାଦି ବିଭିନ୍ନ ମାପଦଣ୍ଡକୁ ନେଇ ଶିକ୍ଷାନୁଷ୍ଠାନଗୁଡ଼ିକୁ ଏହି ରାଙ୍କିଙ୍ଗ ପ୍ରଦାନ କରାଯାଇଛି । ଓଡ଼ିଶାରେ ବୃତ୍ତିଗତ ଶିକ୍ଷା କ୍ଷେତ୍ରରେ ଶୀର୍ଷ ସ୍ଥାନରେ ରହିଥିବା ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ରାଙ୍କିଙ୍ଗ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ୨୦୨୩ରେ ଦେଶରେ ୧୫ ତମ ସ୍ଥାନ ହାସଲ କରିଛି । ୨୦୧୬ଠାରୁ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ଏନ୍‌ଆଇଆର୍‌ଏଫ୍ ରାଙ୍କିଙ୍ଗ ଆରମ୍ଭ ହେବା ପରଠାରୁ କ୍ରମାଗତ ଭାବେ ସୋଆ ଦେଶର ଶ୍ରେଷ୍ଠ ୨୫ ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନ ପାଇ ଆସିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.