ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ସୋଆ ଏସ୍‌ଏଚ୍‌ଏମ୍‌ ପକ୍ଷରୁ ରଜ ପିଠା ପ୍ରତିଯୋଗିତା ଆୟୋଜିତ

Published By : Ladu Kishor | June 15, 2025 10:55 PM

ଭୁବନେଶ୍ୱର ୧୫/୬: ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ସ୍କୁଲ୍‌ ଅଫ୍‌ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ପକ୍ଷରୁ ଶୁକ୍ରବାର ରଜ ପିଠା ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ୧୮ ବର୍ଷରୁ ଉଦ୍ଧ୍ୱର୍ ଝିଅ ଓ ମହିଳାମାନେ ପ୍ରସ୍ତୁତ କରି ଆଣିଥିବା ବିଭିନ୍ନ ପ୍ରକାର ପିଠା ପ୍ରଦର୍ଶିତ ହୋଇଥିଲା। ପ୍ରାୟ ୪୦ ଜଣ ମହିଳା ଓ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇଥିଲେ । 

ବିଭିନ୍ନ ପ୍ରକାରର ପୋଡ ପିଠା ଯଥା ସପୁରୀ ଚାଉଳ ପୋଡପିଠା, କଖାରୁ ପୋଡପିଠା, ଚାଉଳ ପୋଡପିଠା, କ୍ଷୀର ପୋଡପିଠା, ବିରି ପୋଡପିଠା, ଛତୁ ପୋଡପିଠା, ମହୁଲ ପୋଡପିଠା, ମାଣ୍ଡିଆ ପୋଡପିଠା, ଅମୃତ ଭଣ୍ଡା ପୋଡପିଠା ଓ ଲାଉ ପୋଡପିଠା ପରିବେଷିତ ହୋଇଥିଲା। ଏହାଛଡା ବୁଢା ଚକୁଳି, ଛେନାମଣ୍ଡା, ବିରି ଖଜା, ସୋୟାବିନ୍‌ ଛୁଙ୍କ ଚିତଉ, ଜାମୁକୋଳି ଚିତଉ ପିଠା, ଆମ୍ବ କାକରା,  ଚନ୍ଦ୍ରକାନ୍ତି, ସୁଜି ସିଝା ମଣ୍ଡା, ପୁରଦିଆ ମଣ୍ଡା, ସୁଜି କାକରା, ଗୁଡ଼ ଓ ଚିନି ଆରିଷା, ପାଳୁଅ ମଣ୍ଡା, କ୍ଷୀର ଗଇଁଠା, ଜାମୁକୋଳି ମିଠା, ଜାମୁନ୍‌ ମଣ୍ଡା, ଜାମୁନ୍‌ ମୋଦକ, ଗାଜର ଚିିତଉ, ମାଣ୍ଡିଆ କନ୍ଦମୂଳ ରସାବଳୀ,ମାଣ୍ଡିଆ ଖିରି ଗଇଁଠା, ମାଣ୍ଡିଆ ପିଠା, ମାଣ୍ଡିଆ କାକରା, ଆମ୍ବ ଚିତଉ, ବେଲ ପିଠା, କଦମ୍ବ ପିଠା, ଆରିସା ମୁଆଁ ପିଠା, ଛେନା ଫୁଲ, ଏଣ୍ଡୁରୀ, ମାଣ୍ଡିଆ ମଣ୍ଡା, ନଡିଆ ମୋଦକ, ଖୁଆ ଗଇଁଠା ପିଠା, ଅପରାଜିତା ଗଇଁଠା ପିଠା ଖିରୀ, ସାଗୁ ରସାବଳି, ଆମ୍ବ କାକରା, ଭୃଷଙ୍ଗ ପତ୍ର ଚକୁଳି ଭଳି ଅନେକ ପ୍ରକାରର ପିଠା ମହିଳାମାନେ ପ୍ରସ୍ତୁତ କରିଥିଲେ । 

ଏହି ମହିଳାମାନଙ୍କର ରୋଷେଇ ଦକ୍ଷତାକୁ ପରଖିବା ପାଇଁ ବିଚାରକ ଭାବେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହୋଟେଲ୍‌ ମ୍ୟାନେଜମେଂଟର ଡିନ୍‌  ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ଛପନ ଭୋଗର ପ୍ରତିଷ୍ଠାତା ଶ୍ରୀ ସତ୍ୟବ୍ରତ ମହାନ୍ତି, ସେଫ୍‌ ଶ୍ରୀ ସତ୍ୟସୌଭନ ଲେଙ୍କା ଓ ପ୍ରଫେସର ପତିତପାବନ ଲେଙ୍କା ବିଚାରକ ଭାବେ ଯୋଗଦେଇ ଖାଦ୍ୟର ମାନ ନିରୂପଣ  କରିଥିଲେ। 

ଏହି ପ୍ରତିଯୋଗିତାରେ ପ୍ରତିଯୋଗୀ ମାନଙ୍କର ଖାଦ୍ୟର ସ୍ୱାଦ,ପ୍ରସ୍ତୁତି, ରୂପ,ପରିବେଷଣ ଓ ଏହାର ଭିନ୍ନତାକୁ ନେଇ ବିଚାର କରାଯାଇଥିଲା ।ଏସ୍‌ଏଚ୍‌ଏମ୍‌ର ଡିନ୍‌ ପ୍ରଫେସର ଚଇନି ସ୍ୱାଗତ ଭାଷଣ ଦେଇ ଏହି ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ପ୍ରଦାନ କରି ସେମାନଙ୍କୁ ଉତ୍ସାହିତ କରିଥିଲେ ।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କହିଥିଲେ ଯେ ଓଡିଶାର ସଂସ୍କୃତିକୁ ଖୁବ୍‌ ନିଆରା ଭାବରେ ପରିପ୍ରକାଶ କରିବାର ମାଧ୍ୟମ ହେଉଛି ପିଠା ପ୍ରତିଯୋଗିତା । ଏହା କେବଳ ପ୍ରତିଯୋଗିତା ନୁହେଁ ଏହା ମହିଳାମାନଙ୍କ ଭିତରେ ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରତିଭାକୁ ପରିପ୍ରକାଶ କରିବା ନିମନ୍ତେ ଏକ ଉପାୟ । 

ପ୍ରଫେସର ନନ୍ଦ ମହିଳା ଓ ଝିଅମାନଙ୍କ ମଧ୍ୟରେ ଥିବା ପ୍ରତିଭା ଓ କଳା ଗୁଡିକୁ ପ୍ରକାଶ କରିବା ନିମନ୍ତେ ଏହିଭଳି ଅଭିନବ ପ୍ରୟାସ ପାଇଁ ସୋଆ ଏସ୍‌ଏଚଏମ୍‌କୁ ଶୁଭେଚ୍ଛା ଜଣାଇବା ସହ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ ।

ସମ୍ମାନିତ ଅତିଥି ଭାବେ ଛପନ ଭୋଗର ପ୍ରତିଷ୍ଠାତା ଶ୍ରୀ ମହାନ୍ତି କହିଥିଲେ ଯେ ନାରୀମାନେ ସ୍ୱାବଲମ୍ବୀ ହେବା ଏବଂ ସେମାନଙ୍କ ପାଖରେ ଥିବା ଲୁକ୍କାୟିତ ପ୍ରତିଭାକୁ ପ୍ରସ୍ପୁଟିତ କରିବା ଜରୁରୀ । ପ୍ରତିଯୋଗୀମାନଙ୍କର ଇନୋଭେଟିବ୍‌ ଚିନ୍ତାଧାରା ପାଇଁ ସେମାନଙ୍କ ଉଦ୍ୟମକୁ ସେ ପ୍ରଶଂସା କରିଥିଲେ । ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମ ଶେଷରେ ପ୍ରୋଗାମ୍‌ କୋର୍ଡିନେଟର ତଥା ଏସ୍‌ଏଚ୍‌ଏମ୍‌ର ପ୍ରଫେସର (ଡକ୍ଟର)  ଅଂଶୁମାନ ସାମଲ ଧନ୍ୟବାଦ ଅର୍ପଣ କରିଥିଲେ। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.