ପ୍ରମୁଖ ଖବର
  • ଟାଙ୍ଗୀ: ୨୪ ଘଣ୍ଟା ପରେ ନିଖୋଜ ପ୍ରଫୁଲଙ୍କ ମୃତଦେହ କଲବଲିଆ ପୋଖରୀରୁ ଉଦ୍ଧାର| ହାତୀ ଆକ୍ରମଣରେ ମୃତ୍ୟୁ ଅଭିଯୋଗ
  • ||
  • କଟକ: ଆସିଲା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ରାୟ, ହାଇ ପାୱାର କମିଟି ଗଠନ ପାଇଁ ସରକାରଙ୍କୁ ନିର୍ଦ୍ଦେଶ
  • ||
  • ଭୁବନେଶ୍ୱର: ଆଗ ପଛ ହୋଇ ଆସୁଛି ଲଘୁଚାପ, ପହିଲାରୁ ସପ୍ତାହେ ବର୍ଷିବ
  • ||
  • ଗଞ୍ଜାମ: ପୂ୍ର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ, ୨୪ ଘଣ୍ଟାରେ ଗଡିଲା ଦୁଇ ମଣ୍ଡ
  • ||
  • ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ, ମାତିଛନ୍ତି ମୁଖା ପିନ୍ଧା ଲୁଟେରା
  • ||
  • ରାୟଗଡ଼ା: ଭିଜିଲାନ୍ସ ଜାଲରେ ପିଏଚଡି କାର୍ଯ୍ୟାଳୟ ଏଷ୍ଟିମେଟର, ଲାଞ୍ଚ ନେବା ବେଳେ ଧରା ପଡ଼ିଲେ
  • ||
  • ଆନନ୍ଦପୁର: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ
  • ||
  • ନୂଆଦିଲ୍ଲୀ: ପାକିସ୍ତାନରେ ବିସ୍ଫୋରଣ, ୧୩ ମୃତ, ୭୦ ଆହତ
  • ||
  • କାଲିମେଳା: ଓଲଟିଲା ପାଣି ପାଇପ୍ ବୋଝେଇ ଟ୍ରେଲର, ଡ୍ରାଇଭର୍ ଆହତ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ଅଷ୍ଟମ ସ୍ବର୍ଣ୍ଣ, ମହିଳା ୧୦ ମିଟର ଏୟାର ରାୟଫଲ ଟିମ୍ ଇଭେଣ୍ଟରେ ଗୋଲ୍ଡ ମେଡାଲ
  • ||
  • ପୁରୀ: ଆଜି ବଡ଼ଦେଉଳରେ ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ନୀତି
  • ||
  • ବିଶ୍ୱକପ୍‌ ପାଇଁ ଉତ୍ସବମୁଖର ଭାରତ: ଗୋଟିଏ ସପ୍ତାହ ଅପେକ୍ଷା, ଆଜିଠୁ ଅଭ୍ୟାସ ମ୍ୟାଚ୍
  • ||
  • କଟକ: ଚୌଧୁରୀବଜାରରେ ଭୟାବହ ଅଗ୍ନିକାଣ୍ଡ, ଲୁଗା ଦୋକାନରେ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି
  • ||
  • ଭୁବନେଶ୍ୱର:ଡେଙ୍ଗୁ ନେଲା ଆଉ ଏକ ମୁଣ୍ଡ, କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ
  • ||
  • ଏସିଆନ୍ ଗେମ୍ସରେ ଭାରତକୁ ସପ୍ତମ ସ୍ବର୍ଣ୍ଣ, ୫୦ ମିଟର ଏୟାର ରାଫଲ ଟିମ ଇଭେଣ୍ଟ ଗୋଲ୍ଡ ମେଡାଲ
  • ||
  • କାବେରୀ ନଦୀଜଳ ବିବାଦ: ତାମିଲନାଡୁକୁ ଅଧିକ ପାଣି ଛାଡିବା ନିଷ୍ପତ୍ତି ବିରୋଧ, ଆଜି କର୍ଣ୍ଣାଟକ ବନ୍ଦ
  • ||
  • ଭୁବନେଶ୍ୱର: ବିଶ୍ୱ ହୃତ୍‌ପିଣ୍ଡ ଦିବସ, ଏ ବର୍ଷର ଥିମ ‘ହୃତ୍‌ପିଣ୍ଡର ଉପଯୋଗ କର, ହୃତ୍‌ପିଣ୍ଡକୁ ଜାଣ ’
  • ||
  • ଯାଜପୁର: ଅଢ଼େଇ ବର୍ଷର ଝିଅ ସହ ବୈତରଣୀ ନଦୀକୁ ଡ଼େଇଁଲେ ବାପା, ୩୦ ଘଣ୍ଟା ପରେ ଉଦ୍ଧାର ଚନ୍ଦନଙ୍କ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର: ଶୁକ୍ରବାର ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ: ୧୩ରୁ ଫେରିଯିବ ମୌସୁମୀ
  • ||

ଓଏଏସ୍‌ରେ କୃତକାର୍ଯ୍ୟ ହୋଇଥିବା ସୋଆ ଆଇନ୍ ଛାତ୍ରୀ ସମ୍ବର୍ଦ୍ଧିିତ

ଭୁବନେଶ୍ୱର ୧୩/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌)ର ଛାତ୍ରୀ କୁମାରୀ ରାଧୀକା ଶର୍ମା ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ବୁଧବାର ଏହି ସଫଳତା ନିମନ୍ତେ ତାଙ୍କୁ ସୋଆ ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକ ସମ୍ବର୍ଦ୍ଧିତ କରିଛନ୍ତି । କୁମାରୀ ଶର୍ମା ଚଳିତ ବର୍ଷ ଓଏଏସ୍ ପରୀକ୍ଷାରେ ୪୭ ତମ ର‌୍ୟାଙ୍କ୍ ଅଧିକାର କରିଛନ୍ତି । ସେ ସ୍ନିଲ୍‌ର ୨୦୧୪-୧୯ ବ୍ୟାଚ ବି.ଏ.ଏଲ୍‌.ଏଲ୍‌.ବି ଛାତ୍ରୀ । ତାଙ୍କୁ ସମ୍ବର୍ଦ୍ଧିତ କରିବା ସହ ପ୍ରଫେସର (ଡ.) ନାୟକ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । 

ଏହି ଅବସରରେ ନିଜ ପ୍ରତିକ୍ରିୟାରେ କୁମାରୀ ଶର୍ମା ନିଜ ସଫଳତାର ଶ୍ରେୟ ସୋଆକୁ ଦେବା ସହ ତାଙ୍କୁ ପାଠ ପଢ଼ାଇଥିବା ଅଧ୍ୟାପକ-ଅଧ୍ୟାପିକାଙ୍କ ସହଯୋଗ ହିଁ ତାଙ୍କୁ ଏତେ ବାଟ ଆଣିପାରିଛି ବୋଲି କହିଥିଲେ । ତେଣୁ ସୋଆର ନାମକୁ ସେ ସବୁବେଳେ ଉଚ୍ଚକୁ ନେବାକୁ ଚେଷ୍ଟା କରିବେ ବୋଲି କହିଥିଲେ ।  ଓଡ଼ିଶା ପ୍ରଶାସନିକ ସେବା ମାଧ୍ୟମରେ ସେ ଜନସାଧାରଣଙ୍କର ସେବା କରିବାକୁ ଚେଷ୍ଟା କରିବେ ବୋଲି କହିବା ସହ ଆଗାମୀ ଦିନରେ ଭାରତୀୟ ପ୍ରଶାସନିକ ସେବାରେ ନିଜକୁ ସାମିଲ କରିବା ନିମନ୍ତେ ପ୍ରଚେଷ୍ଟା କରିବେ ବୋଲି ସେ କହିଥିଲେ । ତାଙ୍କୁ ସମ୍ବର୍ଦ୍ଧନା ଦେବା ଅବସରରେ ସ୍ନିଲ୍‌ର ଡିନ୍ ପ୍ରଫେସର ଏସ୍‌.ଏ.କେ. ଆଜାଦ, ସିନିୟର ପ୍ରଫେସର ପ୍ରବୀର ପଟ୍ଟନାୟକ, ସିନିୟର ପ୍ରଫେସର ମଧୁସୁଦନ ଦାସ ଓ ଆସୋସିଏଟ୍ ପ୍ରଫେସର ଚିନ୍ମୟ ମହାପାତ୍ର ଉପସ୍ଥିତ ଥିଲେ ।

Copyright © 2022 - Summa Real Media Private Limited. All Rights Reserved.