ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ଜାତୀୟ ମିନିଗଲ୍‌ଫ୍ ପ୍ରତିଯୋଗିତାରେ ସଫଳ ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ସୋଆ ସଭାପତିଙ୍କ ଅଭିନନ୍ଦନ

ଭୁବନେଶ୍ୱର, ୧୮/୩ : ନିକଟରେ ନାଗପୁରଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍‌ସିପ୍‌ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି । ଚଳିତ ମାର୍ଚ୍ଚ ୩ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ନାଗପୁରଠାରେ ଜାତୀୟ ପୁରୁଷ ଓ ମହିଳା ମିନି ଗଲ୍ଫ ଚାମ୍ପିୟନ୍‌ସିପ୍ ଆୟୋଜିତ ହୋଇଥିବାବେଳେ ଏଥିରେ (ସୋଆ)ର ଛଅ ଜଣ ଛାତ୍ରଛାତ୍ରୀ ଓ ଜଣେ ଫ୍ୟାକଲ୍ଟି ଉଭୟ ପୁରୁଷ ଓ ମହିଳା ଟିମ୍‌ରେ ଭାଗ ନେବା ନିମନ୍ତେ ମନୋନୀତ ହୋଇଥିଲେ । ୧୮ଟି ରାଜ୍ୟ ଏହି ପ୍ରତିଯୋଗିତାରେ ଭାଗ ନେଇଥିବାବେଳେ ଓଡ଼ିଶାରୁ ୨୪ଜଣ ଖେଳାଳି ଏହି ଚାମ୍ପିୟନ୍‌ସିପ୍‌ରେ ସାମିଲ ହୋଇଥିଲେ । 

ପ୍ରତିଯୋଗିତାରେ ଓଡ଼ିଶା ମୋଟ୍ ୨୨ଟି ପଦକ ହାସଲ କରିଥିଲା । ସେଥିମଧ୍ୟରୁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟି ୪ଟି ସ୍ୱର୍ଣ୍ଣ ଓ ୨ଟି କାଂସ୍ୟ ପଦକ ସହ ମୋଟ ୬ଟି ପଦକ ହାସଲ କରିଛନ୍ତି । ଏହି କୃତି ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର କମ୍ପ୍ୟୁଟର ସାଇନସ୍ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ପ୍ରଥମ ବର୍ଷ ଛାତ୍ର ଭିନୀତ ଦାସ, ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଦ୍ୱିତୀୟ ବର୍ଷ ଛାତ୍ର ରୋମିତ ରୋଶନ୍ ପ୍ରଧାନ ଏବଂ ଫ୍ୟାକଲ୍ଟି ଅଫ୍ ଲିଗାଲ୍ ଷ୍ଟଡିଜ୍ ର ତୃତୀୟ ବର୍ଷ ଛାତ୍ରୀ ଆଦ୍ୟାଶା ମିଶ୍ର ଓ ଅମ୍ରିତା ଦାସ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । 

ସେହିପରି ସୋଆ ପରିଚାଳିତ ଆଇଟିଇଆରର ଇଲେକ୍ଟ୍ରିକାଲ୍‌, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ଆସିଷ୍ଟାଂଟ୍ ପ୍ରଫେସର ସ୍ମୁତିରେଖା ପଟ୍ଟନାୟକ ମଧ୍ୟ ମହିଳା ଦଳ ଲାଗି ଖେଳି କାଂସ୍ୟ ପଦକ ହାସଲ କରିଥିବାବେଳେ ରୋମିତ ରୋଶନ ପ୍ରଧାନ ମଧ୍ୟ ଆଉ ଏକ କାଂସ୍ୟ ପଦକ ଲାଭ କରିଥିଲେ । ଏହି କୃତି ଖେଳାଳି ମାନେ ସୋମବାର ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଂଜନ ନାୟକଙ୍କୁ ସାକ୍ଷାତ କରିଥିବାବେଳେ ସେ ଏହି ଚାମ୍ପିଅନସିପ୍‌ରେ ଭାଗ ନେଇଥିବା ଖେଳାଳିମାନଙ୍କର ସଫଳତା ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । 

ଏହି ଅବସରରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଓ ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା ଉପସ୍ଥିତ ଥିଲେ । ଓଡିଶା ମିନି ଗଲ୍ଫ ଆସୋସିଏସ୍‌ନ୍‌ର ସଚିବ ବିକାଶ ପଟ୍ଟନାୟକଙ୍କ ତ୍ୱତାବଧାନରେ ଏହି ଦଳ ପ୍ରତିଯୋଗିତାରେ ଭାଗ ନେଇଥିଲା ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.