ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ସୋଆ ରେଡ଼ିଓରେ ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ

ଭୁବନେଶ୍ୱର,୩୧/୫ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ଦ୍ୱାରା ବିଶ୍ୱ ଋତୁସ୍ରାବ ସ୍ୱଚ୍ଛତା ଦିବସ ଅବସରରେ ମଙ୍ଗଳବାର ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଯାଇଛି ।  ଚଳିତ ବର୍ଷର ପ୍ରସଙ୍ଗ ‘ପିରିୟଡ ଫ୍ରେଣ୍ଡଲି ୱାର୍ଲ୍ଡ’କୁ ନେଇ ରେଡ଼ିଓ ଷ୍ଟେସନ୍ ପକ୍ଷରୁ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପ୍ରସାରିତ ହୋଇଥିଲା ।  ଋତୁସ୍ରାବ ସମୟରେ ସ୍ୱାସ୍ଥ୍ୟର ଯତ୍ନ ଏବଂ ମହିଳା ଓ ଝିଅ ମାନଙ୍କର ଶାରୀରିକ, ମାନସିକ ଏବଂ ସାମାଜିକ ସୁସ୍ଥତା ଉପରେ ଗୁରୁତ୍ୱାରୋପ କରାଯାଇ ଏହି ଦିବସକୁ ପାଳନ କରାଯାଇଥାଏ ।

ଏହି ଅବସରରେ ସୋଆର କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଉପସ୍ଥିତ ରହି ବିଶ୍ୱ ବିଦ୍ୟାଳୟର ମହିଳା ସଫେଇ କର୍ମଚାରୀମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ସାନିଟାରୀ ପ୍ୟାଡ ବଂଟନ କରିଥିଲେ । ରେଡ଼ିଓ ଷ୍ଟେସନ୍‌ର ଇନ୍‌ଚାର୍ଜ ଶ୍ରୀମତି ହନୀ ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ସଚେତନ କରିବା ସହ ଏହା ଦ୍ୱାରା ଋତୁସ୍ରାବକୁ ନେଇ ରହିଥିବା ଭୁଲ ଧାରଣାକୁ ଦୂର କରିବାରେ ସହାୟକ ହେବ । ସୋଆ ରେଡ଼ିଓ ଷ୍ଟେସନ୍‌ର ରେଡ଼ିଓ ଜକି ଶୁଭଶ୍ରୀ ଶୁଭସ୍ମିତା ସ୍ୱାଇଁ, ଶୁଭଶ୍ରୀ ପାତ୍ର ଓ ଶୁଭଶ୍ରୀ ସାହୁ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.