ପ୍ରମୂଖ ଖବର
  • ଜୁଲାଇ ୧୪​‌ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଏମ୍‌ସ ସମାବର୍ତ୍ତନ ଉତ୍ସବରେ ଦେବେ ଯୋଗ
  • ||
  • କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା: ମୃତ୍ୟୁ ସଂଖ୍ୟା ୩୮କୁ ବୃଦ୍ଧି, ଆହୁରି ବଢ଼ିପାରେ
  • ||
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍‌ ସମ୍ମାନ

Published By : Gurupada Nath | April 26, 2025 9:33 PM

ଭୁବନେଶ୍ୱର, ୨୬/୪ : ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍‌ ସକ୍‌ସେସ୍‌ ରିଭ୍ୟୁ’ ପକ୍ଷରୁ  ସିଏସ୍‌ଆର୍‌ ସମ୍ମାନ ପ୍ରଦାନ କରାଯାଇଛି । ନିକଟରେ ନୁଆଦିଲ୍ଲୀଠାରେ ଆୟୋଜିତ ସିଏସ୍‌ଆର୍‌ ସମ୍ମାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ‘ସିଏସ୍‌ଆର୍‌ ଏମିନେଂଟ ଫାଉଣ୍ଡିଙ୍ଗ୍‌ ଡାଇରେକ୍ଟର ଅଫ୍‌ ଲିଡିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ’ ସମ୍ମାନ ପ୍ରଦାନ କରାଯାଇଥିବାବେଳେ ସୋଆ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ‘ସିଏସ୍‌ଆର୍‌ ଏକ୍ସିଲେନ୍ସ ଇନ୍‌ ଏଜୁକେସନ୍‌’ ସମ୍ମାନ ପ୍ରଦାନ କରାଯାଇଛି ।

ସେହିପରି ସୋଆର ଫ୍ୟାକଲ୍ଟି ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି - ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)କୁ ‘ସିଏସ୍‌ଆର୍‌ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍‌ ଫର ଏକ୍ସିଲେନ୍ସ ଇନ୍‌ କ୍ୟାରିୟର ଡେଭଲପମେଂଟ ’ ସମ୍ମାନରେ ସମ୍ମାନିତ କରାଯାଇଥିବାବେଳେ ସୋଆକୁ ଭାରତର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବେ ପ୍ରଶଂସିତ କରାଯାଇଛି  । ନୂଆଦିଲ୍ଲୀରଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଅଫିସର-ଅନ୍‌-ସ୍ପେଶାଲ ଡ୍ୟୁଟି ପ୍ରୀତମ ନାୟକ ଓ ଆଡିସ୍‌ନାଲ୍‌ ଡିନ୍‌ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର, ପ୍ରଫେସର ରେଣୁ ଶର୍ମା ସିଏସ୍‌ଆର୍‌ର ଅଧ୍ୟକ୍ଷ ଡକ୍ଟର ଏସ୍‌.କେ. ସଚଦେବଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.