PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସୋଆରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, ୨୭ /୦୧:  ଗୁରୁବାର ସାରା ଦେଶ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳନ କରିଥିବା ବେଳେ ଏହି ସମାରୋହ ସହିତ ଯୋଡି ହୋଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଧ୍ୟ ଏହି ବିଶେଷ ଦିବସକୁ ପାଳନ କରାଯାଇଛି । ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି. ରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶ୍ୱବିଦ୍ୟାଳୟ ଷ୍ଟାଡିୟମ୍‌ରେ ପତାକା ଉତୋଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୋଆ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।

ନିଜ ବକ୍ତବ୍ୟରେ ପ୍ରଫେସର ରାୟ ସ୍ୱାଧୀନତା ପରେ ବିଭିନ୍ନ କ୍ଷେତ୍ରରେ ବିକାଶମୂଳକ କାର୍ଯ୍ୟ କିଭଳି ଭାରତକୁ ଏକ ସଶକ୍ତ ରାଷ୍ଟ୍ର ଭାବେ ଗଢ଼ି ତୋଳିଛି ସେ ସମ୍ପର୍କରେ ଆଲୋକପାତ କରିଥିଲେ । କୃଷି ବିଜ୍ଞାନୀ ପ୍ରଫେସର ରାୟ କହିଥିଲେ ଯେ ୨୦୨୨-୨୩ରେ ଦେଶର ଖାଦ୍ୟ ଉତ୍ପାଦନ ୩୨୮ ମିଲିୟନ୍ ଟନ୍ ଆକଳନ କରାଯାଇଛି ଯାହା ଗତ ୫ ବର୍ଷର ହାରାହାରି ଉତ୍ପାଦନ ଅପେକ୍ଷା ୬.୯୮ ମିଲିୟନ୍ ଟନ୍ ଅଧିକ ଅଟେ ।

ପ୍ରଫେସର ରାୟ କହିଥିଲେ ଯେ, ଉନ୍ନତ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ସୋଆ ଏବେ ସବୁଠାରୁ ପସନ୍ଦଯୋଗ୍ୟ ବିଶ୍ୱବିଦ୍ୟାଳୟ । ଶିକ୍ଷା ପ୍ରଦାନରେ ଗୁଣାବତା ଓ ଅଭିନବ ଗବେଷଣାକୁ ନେଇ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ମଧ୍ୟରେ ସବୁଠାରୁ ଉତମ ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇବା ସୋଆର ଲକ୍ଷ୍ୟ । ଅନେକ ବିଦେଶୀ ଛାତ୍ରଛାତ୍ରୀ ମଧ୍ୟ ବିଶ୍ୱବିଦ୍ୟାଳୟର ବିଭିନ୍ନ ଅନୁଷ୍ଠାନରେ ଶିକ୍ଷା ଗ୍ରହଣ କରୁଛନ୍ତି ବୋଲି ସେ ତାଙ୍କ ବକ୍ତବ୍ୟରେ କହିଥିଲେ । ଗବେଷଣା କ୍ଷେତ୍ରରେ ଅଧିକ ଗୁରୁତ୍ୱ ଦେଉଥିବା ସୋଆ ବର୍ତମାନ ୩୫୫ଟି ପାଟେଂଟ ଦାଖଲ କରିସାରିଥିବା ବେଳେ ୨୭ଟି ପାଟେଂଟ ଗୃହୀତ ହୋଇସାରିଛି ବୋଲି ସେ କହିଥିଲେ । ସୋଆରେ ଶିକ୍ଷା ଗ୍ରହଣ କରୁଥିବା ବିଦେଶୀ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ସହ ଚାନ୍‌ସେଲର ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ସୋଆର ଉପକୁଳାଧିପତି ପ୍ରଫେସର (ଡାକ୍ତର) ଅମିତ ବାନାର୍ଜୀ, କୁଳପତି ପ୍ରଫେସର ବିଜୟ କୁମାର ସାହୁ, ଉପକୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ବିଭିନ୍ନ ଅନୁଷ୍ଠାନର ଡିନ୍ ଏବଂ ନିର୍ଦ୍ଦେଶକମାନେ ଯୋଗ ଦେଇଥିଲେ ।