PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ସୋଆରେ ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ ଉଦ୍‌ଘାଟିତ

ଭୁବନେଶ୍ୱର,୧୮/୦୩: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶନିବାର ଆରମ୍ଭ ହୋଇଛି ‘ସୋଆ ସ୍ପୋର୍ଟ୍ସ ମିଟ୍ -୨୦୨୩’ । ପ୍ରଥମ ଥର ପାଇଁ ଆରମ୍ଭ ହୋଇଥିବା ଏହି ୪ ଦିନିଆ କ୍ରୀଡା କାର୍ଯ୍ୟକ୍ରମରେ ସୋଆ ବ୍ୟତୀତ ଓଡିଶା ମୋଟ୍ ୭ ଟି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗ ଦେଇଛନ୍ତି। ଏଥିରେ ବାସ୍କେଟ୍ ବଲ୍ , ଟେନିସ୍ , ଭଲିବଲ, କ୍ରିକେଟ୍ ଓ ଇ- ସ୍ପୋର୍ଟ୍ସ ଏହି ୫ଟି ଖେଳକୁ ଉଭୟ ପୁରୁଷ ଓ ମହିଳା ବର୍ଗ ପାଇଁ ରଖାଯାଇଥିବା ବେଳେ ବିଜେତା ଟିମ୍ ପାଇଁ ପୁରସ୍କାର ରାଶି ୩.୫ ଲକ୍ଷ ଟଙ୍କା ରଖାଯାଇଛି।

ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ବିଜୟ କୁମାର ସାହୁ ଏବଂ ସୋଆର ପ୍ରୋ-ଭାଇସ୍ ଚାନ୍‌ସେଲର ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୂତି ଭୂଷଣ ପ୍ରଧାନ ଯୋଗ ଦେଇ ଖେଳାଳି ମାନଙ୍କୁ  ଶୁଭେଚ୍ଛା ଜଣାଇବା ସହିତ କ୍ରୀଡା ର ମହତ୍ୱ ବିଷୟରେ କହିଥିଲେ । ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ(ଆଇଟିଇଆର)ର ଆସୋସିଏଟ୍ ପ୍ରଫେସର ତଥା ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର) ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣରେ ଖେଳ ପାଇଁ ଉତମ ସ୍ୱାସ୍ଥ୍ୟ ଆବଶ୍ୟକତା ଜରୁରୀ ବୋଲି କହିଥିଲେ ।

ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ନିଜ ବକ୍ତବ୍ୟରେ ଶୃଙ୍ଖଳା ଏକ ଖେଳାଳି ର ପ୍ରଥମ ଗୁଣ ବୋଲି କହିଥିବା ବେଳେ ସ୍ପୋର୍ଟ୍ସ ଅଫିସର ଶ୍ରୀମତି ସୁନୀତା ବର୍ମା କ୍ରୀଡ଼ା ବିବରଣୀ ପ୍ରଦାନ କରିଥିଲେ ।