ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ଲାଗି ସୋଆ ମହିଳା ଶକ୍ତିକୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ

Published By : Gurupada Nath | November 27, 2024 4:47 PM

ଭୁବନେଶ୍ୱର,୨୭/୧୧ : ଶିକ୍ଷା କ୍ଷେତ୍ରରେ ଉତ୍ସର୍ଗୀକୃତ କାର୍ଯ୍ୟ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମହିଳା ଶ୍ରମଶକ୍ତିକୁ ନିକଟରେ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ଭୂଷିତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ‘ସୋଆ ୱିମେନ୍ ୱାର୍କଫୋର୍ସ’କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । 

କୋଲକାତାଠାରେ ଆୟୋଜିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବାରେ ଅଗ୍ରଣୀ ଭୂମିକା ନେଇଥିବା ମହିଳା ଓ ମହିଳା କାର୍ଯ୍ୟକାରୀମାନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ବିଶେଷ କରି ପୂର୍ବ ଭାରତରେ ସମାଜର ବିଭିନ୍ନ ବର୍ଗରେ ଉନ୍ନତିମୂଳକ କାର୍ଯ୍ୟ କରୁଥିବା ମହିଳାମାନଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । 

ପୂର୍ବ ଏବଂ ଉତ୍ତର-ପୂର୍ବ ଭାରତରେ ଅବସ୍ଥାପିତ ବ୍ରିଟିଶ ଡେପୁଟି ହାଇକମିଶନର ଡକ୍ଟର ଆଣ୍ଡ୍ରିୟୁ ଫ୍ଲେମିଂ ଏବଂ  ଆଲାଏନ୍ସ ଫ୍ରାଂଚାଇଜି ଡୁ ବେଙ୍ଗାଲୁର ନିର୍ଦ୍ଦେଶକ ନିକୋଲାସ ଫାସିନୋ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ । ସୋଆ ପକ୍ଷରୁ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ ନନ୍ଦ ଓ ଲୋକସମ୍ପର୍କ ଅଧିକାରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ । ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ରାଙ୍କିଙ୍ଗ ଫ୍ରେମ୍ ୱାର୍କ (ଏନ୍‌ଆଇଆରଏଫ୍‌) ରାଙ୍କିଙ୍ଗ ୨୦୨୪ଅନୁଯାୟୀ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ହାସଲ କରିଥିବା ସୋଆରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ୫୪ପ୍ରତିଶତ ହେଉଛନ୍ତି ଛାତ୍ରୀ। ସେହିପରି ବିଶ୍ୱବିଦ୍ୟାଳୟରେ ଅଧ୍ୟାପନା ସହ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ମଧ୍ୟରେ ୪୨ ପ୍ରତିଶତ ମହିଳା ରହିଛନ୍ତି । 

ବିଶ୍ୱ ବିଦ୍ୟାଳୟରେ ପ୍ରାୟ ୪୫ଜଣ ମହିଳା ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଥିବାବେଳେ ପ୍ରଫେସର ମଞ୍ଜୁଳା ଦାସ ବିଶ୍ୱବିଦ୍ୟାଳୟର କଂଟ୍ରୋଲର ଅଫ୍ ଏଗଜାମିନେସନ୍ ଭାବେ କାର୍ଯ୍ୟରତ ଅଛନ୍ତି । ସେହିପରି ସୋଆର ୧୧ଟି ଶିକ୍ଷାନୁଷ୍ଠାନ ମଧ୍ୟରୁ ପ୍ରଫେସର ପ୍ରଭାତୀ ତ୍ରିପାଠୀ ସମ୍ ନର୍ସିଂ କଲେଜ୍‌ର ଡିନ, ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌ର ଡିନ୍ ଏବଂ ପ୍ରଫେସର ନୀତା ମହାନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ଭାବେ ଦାୟିତ୍ୱ ତୁଲାଉଛନ୍ତି ।  ସେହିପରି ବିଶ୍ୱବିଦ୍ୟାଳୟର ପ୍ରାୟ ୨୫ଟି ବିଭାଗରେ ମହିଳାମାନେ ବିଭାଗୀୟ ମୁଖ୍ୟ ଭାବେ ଦାୟିତ୍ୱରେ ଅଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.