PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ସମାଜ ସେବୀଙ୍କ ଦ୍ଵାରା ଡାକ୍ତରଖାନାରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ

ମାଲକାନଗିରି, ୩୧।୩: ମାଲକାନଗିରି ଜିଲ୍ଲା ଡାକ୍ତରଖାନାରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନଙ୍କ ପାଇଁ ଡାକ୍ତରଖାନାରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ । ଆବଶ୍ୟକୀୟ ପାନୀୟ ଜଳର ବ୍ୟବସ୍ଥା ଓ ବିଶ୍ରାମ ଗୃହ ନଥିବାରୁ ସହରର ବିଶିଷ୍ଠ ସମାଜ ସେବୀ ସୋମାନୀ ପରିବାର ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି । ପବିତ୍ର ଶ୍ରୀରାମ ନବମୀ ଉତ୍ସବ ଅବସରରେ ଡାକ୍ତରଖାନା ପରିସରରେ ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ସୁରକ୍ଷା କର୍ମୀ, ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମ ଗୃହ ନୂତନ କୋଠା ଘର ଆଦି ଉଦଘାଟିତ ହୋଇଛି ।

ଗୁରୁବାର ରାତିରେ ଜିଲ୍ଲା ହସ୍ପିଟାଲ ପରିସରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ମହେଶ୍ଵର ଚନ୍ଦ୍ର ନାୟକ ଯୋଗଦେଇ ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ନୂତନ କୋଠା ଘରକୁ ଉଦଘାଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଫୁଲ୍ଲ କୁମାର ନନ୍ଦ, ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଅନୀଲ କୁମାର ମିଶ୍ର, ସମାଜ ସେବୀ ସୁରେଶ ସୋମାନୀ ଓ ତାଙ୍କ ପରିବାର ଉପସ୍ଥିତ ଥିଲେ । ଏହି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଓ ଏଟିଏଏମ ପାଇଁ ଘର, ସୁରକ୍ଷା କର୍ମୀ, ରୋଗୀ ସମ୍ପର୍କୀୟଙ୍କ ପାଇଁ ତିନୋଟି କୋଠାଘର  ନିର୍ମାଣ କରାଯାଇ ସହରର ବିଶିଷ୍ଠ ସମାଜ ସେବୀ ଶିଳ୍ପପତି ସ୍ୱର୍ଗତ ଶାନ୍ତିଲାଲ ସୋମାନୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗୀତ କରାଯାଇଛି ।