ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ରବିବାର ଭାରତ-ଇଂଲଣ୍ଡ ଲଢେଇ, ମ୍ୟାଚ୍ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କଲେ ଖେଳାଳି

Published By : Rasmita Pradhan | February 8, 2025 10:20 AM

ଭୁବନେଶ୍ଵର, ୦୮/୦୨ : ରବିବାର ବାରବାଟୀରେ ଭାରତ-ଇଂଲଣ୍ଡ ଲଢେଇ। ମ୍ୟାଚ୍ ପୂର୍ବରୁ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ଟିମ୍ ଇଣ୍ଡିଆର କିଛି ଖେଳାଳି। ସ୍ପିନର ବରୁଣ ଚକ୍ରବର୍ତ୍ତୀ, ଅଲରାଉଣ୍ଡର ଓ୍ୱାଶିଂଟନ ସୁନ୍ଦର, ଅକ୍ଷର ପଟେଲ ଶନିବାର ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଆଶିଷ ଭିକ୍ଷା କରିଛନ୍ତି। 


ସୂଚନାନୁଯାୟୀ, ଆଜି ଟିମ୍ ଇଣ୍ଡିଆ ବାରବାଟୀକୁ ଅଭ୍ୟାସ ପାଇଁ ଯିବ। ରୋହିତ ଶର୍ମାଙ୍କ ନେତୃତ୍ବରେ ଭାରତୀୟ ଦଳ ଅପରାହ୍ଣ ୫ଟାରେ ଅଭ୍ୟାସ କରିବ। ତେବେ ଇଂଲଣ୍ଡ ଟିମ୍ ଅଭ୍ୟାସ କରିବାକୁ ଯିବ ନାହିଁ। ଇଂଲଣ୍ଡ ଟିମ୍ କଟକ ନଯାଇ ଭୁବନେଶ୍ବର ଗଲ୍ଫ କ୍ଲବରେ ଗଲ୍ଫ ଖେଳିବେ। ଖେଳାଳିମାନେ ଭୁବନେଶ୍ବର ମେ’ଫେୟାରରେ ରହୁଥିବାରୁ ଅଭ୍ୟାସ ଓ ରବିବାର ମ୍ୟାଚ୍ ପାଇଁ ପରିବହନ କରିବାକୁ ଓସିଏ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଓସିଏ ପକ୍ଷରୁ ୫ଟି ସ୍ୱତନ୍ତ୍ର ବସ୍ ସହ କିଛି ଇନୋଭା ଗାଡ଼ି କମିସନରେଟ ପୋଲିସକୁ ହସ୍ତାନ୍ତର କରାଯାଇଛି। ଷ୍ଟାଡିୟମରେ ମଧ୍ୟ ଖେଳାଳିଙ୍କ ଅଭ୍ୟାସ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଉଭୟ ଦଳର ଅଭ୍ୟାସ ପାଇଁ ସ୍ବତନ୍ତ୍ର ପିଚ୍ ନିର୍ମା‌ଣ ହୋଇଥିବା ବେଳେ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । 

ଏହି ଖବରଟିକୁ ପଢନ୍ତୁ-ଭୁବନେଶ୍ୱରରେ ପହଞ୍ଚିଲେ ଟିମ୍ ଇଣ୍ଡିଆ ଓ ଇଂଲଣ୍ଡର ଖେଳାଳି, ଝଲକ ପାଇବାକୁ ଭିଡ ଜମାଇଲେ ପ୍ରଶଂସକ

ଶନିବାର ଖେଳାଳିମାନଙ୍କ ଅଭ୍ୟାସ ଦେଖିବା ପାଇଁ ଦର୍ଶକମାନଙ୍କୁ ଷ୍ଟାଡିୟମରେ ଗ୍ୟାଲେରି ନଂ-୫କୁ ଯିବା ସୁବିଧା କରାଯାଇଛି। ଦର୍ଶକଙ୍କ ଭିଡ଼କୁ ଅନୁମାନ କରି ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମ୍ୟାଚ୍ ପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ୫୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ।





Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.