ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମାଆକୁ ପିଟି ପିଟି ହତ୍ୟା କଲା ପୁଅ, ଅଭିଯୁକ୍ତ ଗିରଫ

Published By : Harapriya Sethi | November 24, 2024 11:26 AM

ଅନୁଗୁଳ,୨୪/୧୧: ମାଆକୁ ପିଟି ପିଟି ମାରିଦେଲା ନିର୍ଦୟୀ ପୁଅ । ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ କୌଣସି କାରଣକୁ ନେଇ ବଚସା ପରେ ମାଆକୁ ନିର୍ମତ ଭାବରେ ହତ୍ୟା କରିଛି ପୁଅ । ପୁଅ ସରୋଜ ନାଏକ ନିଜ ମାଆ ଲତା ନାଏକ(୭୦)ଙ୍କୁ ପିଟି ପିଟି ମାରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଏହି ଘଟଣାରେ ପୁଅ ସରୋଜ ନାଏକଙ୍କୁ ଗିରଫ କରିଛି ପୋଲିସ । ଅନୁଗୁଳ ଜିଲ୍ଲା ଶୁଶୁଡା ଗାଁର ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ପୁଅ ସରୋଜ ଏବଂ ଲତାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ବଚସା ହୋଇଥିଲା । ସେଥିରେ ଉତ୍ୟକ୍ତ ହୋଇ ସରୋଜ ନିଜ ମାଆଙ୍କୁ ମାର ପିଟ କରିଥିଲା । ସେ କଷ୍ଟରେ ଚିତ୍କାର କରିଥିଲେ କିନ୍ତୁ ସରୋଜର କ୍ରୋଧ ଶାନ୍ତ ହୋଇ ନଥିଲା । ଶେଷରେ ମାଆକୁ ପିଟି ପିଟି ହତ୍ୟା କରିଥିଲା ନିର୍ଦୟୀ ପୁଅ । ଏହା ଦେଖି ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ଅନୁଗୁଳ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି । ଏହା ସହ ଅଭିଯୁକ୍ତକୁ ଗିରଫ କରି ଘଟଣାର ତଦନ୍ତ ଚଳାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.