ପ୍ରମୂଖ ଖବର
  • ‘ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇପାରେ ଡ୍ରୋନ୍ ଆକ୍ରମଣ’: ଆମେରିକା ରାଷ୍ଟ୍ରପତିଙ୍କୁ ଇରାନର ଧମକ
  • ||
  • ଗଗନଯାନ ମିଶନକୁ ବଡ଼ ସଫଳତା, ଇଞ୍ଜିନର ହଟ୍ ଟେଷ୍ଟ ସଫଳ; ସୂଚନା ଦେଲା ଇସ୍ରୋ
  • ||
  • ଡଙ୍କି ରୁଟ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ହରିୟାଣା ଓ ପଞ୍ଜାବର ୧୧ ଠିକଣାରେ ଚଢ଼ାଉ
  • ||
  • ପଞ୍ଚମ , ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ : ଫେଲ ହେଲେ ଆଉ ଥରେ ପରୀକ୍ଷା ଦେବେ
  • ||
  • ଆଇପିଏସ୍ ସ୍ତରରେ ଅଦଳ ବଦଳ: ସଞ୍ଜୀବ ପଣ୍ଡା ହେଲେ ADG ନକ୍ସଲ ବିରୋଧୀ ଅପରେସନ୍
  • ||
  • ରାଜସ୍ଥାନରେ ଫାଇଟର ଜେଟ୍ କ୍ରାସ୍, ୨ ମୃତ
  • ||
  • ମୟୂରଭଞ୍ଜ : ବୁଢ଼ାବଳଙ୍ଗରେ ଗାଧୋଇବା ବେଳେ ଅଘଟଣ, ନଦୀରେ ଭାସି ଯୁବକ ମୃତ
  • ||
  • BMC ଅଧିକାରୀଙ୍କୁ ମାଡ଼ ମାମଲା; ଜଗନ୍ନାଥ ପ୍ରଧାନଙ୍କୁ ମିଳିଲା ଜାମିନ
  • ||
  • ପୁରୀ : ସର୍ବଭାରତୀୟ ଧର୍ମଘଟର ପ୍ରଭାବ; ସୂର୍ଯ୍ୟମନ୍ଦିର ବନ୍ଦ କଲା ଶ୍ରମିକ ସଂଗଠନ
  • ||
  • କଳାହାଣ୍ଡି : ବିଦ୍ୟୁତ ସଂସ୍ପର୍ଶରେ ଆସି ଦାଦନ ଶ୍ରମିକ ମୃତ, ଭିଟାମାଟିକୁ ଫେରୁଛି ମୃତଦେହ
  • ||
  • ଟାର୍ଗେଟରେ ଚୀନ-ପାକ୍‌; ଆତଙ୍କବାଦ ଉପରେ ଡବଲ୍‌ ଷ୍ଟାଣ୍ଡାର୍ଡ କାମ କରିବ ନାହିଁ, ବ୍ରାଜିଲରୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ସନ୍ଦେଶ
  • ||
  • ଜଳ ପ୍ରଳୟରେ ବେହାଲ ଟେକ୍ସାସ, ମୃତ୍ୟୁ ସଂଖ୍ୟା ୧୦୯କୁ ବୃଦ୍ଧି
  • ||
  • ୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା, ଗୁରୁବାରଠୁ କମିବ
  • ||
  • ସର୍ବଭାରତୀୟ ଧର୍ମଘଟ : ବିଜେଡିର ସମର୍ଥନ, ସାମିଲ ହେବ କଂଗ୍ରେସ
  • ||

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି

Published By : Harapriya Sethi | November 6, 2024 2:36 PM

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬/୧୧: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଏବଂ ୬ ଜଣ ଗୁରୁତର ହେବା ଘଟଣାର ତଦନ୍ତ ଆରମ୍ଭ ହୋଇଛି । ତଦନ୍ତ କରିବା ପାଇଁ ଗ୍ରାମରେ ପହଞ୍ଚିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ରୂପା ରୋଶନ ସାହୁ। 

ରାଜ୍ୟ ସରକାର ଏହି ଘଟଣାକୁ ଗୁରୁତ୍ତ୍ୱର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ବୁଧବାର ଗାଁରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ଆରଡିସି । ତାଙ୍କ ସହ କନ୍ଧମାଳ ଜିଲ୍ଲାପାଳ ଅମ୍ରିତ ଋତୁରାଜ ମଧ୍ୟ ଉପସ୍ଥିତ ଅଛନ୍ତି । ଆରଡିସି ମୃତକ ଏବଂ ଗୁରୁତରଙ୍କ ପରିବାରଙ୍କୁ ଭେଟି ପଚରାଉଚରା କରିଛନ୍ତି । ସେଠାରୁ ଫେରି ଆରଡିସି ଚାଉଳ ବଣ୍ଟନ କେନ୍ଦ୍ର ବ୍ରାହ୍ମଣୀ ଗାଁ ବହୁମୁଖି ସମବାୟ ସମିତିକୁ ଯାଇ ପିଡିଏସ ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଏହି ତଦନ୍ତ ସମୟରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ । ଆସନ୍ତା ୧୧ତାରିଖରେ ପୁଣି ଆରଡିସି ମାଣ୍ଡିପଙ୍କା ତଦନ୍ତ ପାଇଁ ଆସିବେ ଓ ପରେ ରିପୋର୍ଟ ଗଣମାଧ୍ୟମକୁ ଜଣାଯିବ ବୋଲି କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.