ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିରୋଧୀଙ୍କୁ ବାଚସ୍ପତିଙ୍କ ଚେତାବନୀ, 'ବିଶୃଙ୍ଖଳା କଲେ ବରଦାସ୍ତ କରାଯିବନି'

Published By : Rasmita Pradhan | January 23, 2025 11:59 AM

ଭୁବନେଶ୍ଵର, ୨୩/୦୧ : ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢୀଙ୍କ ଚେତାବନୀ। ଚଳିତ ବିଧାନସଭାରେ ବିରୋଧୀଙ୍କ ବିଶୃଙ୍ଖଳାକୁ ବରଦାସ୍ତ କରାଯିବନି। ଅଧିବେଶନରେ ବିରୋଧୀ ଗଠନମୂଳକ ପରାମର୍ଶ ଦେଲେ ଉପାଦେୟ ହେବ। କିନ୍ତୁ ବିଶୃଙ୍ଖଳା ଆଚରଣ କଲେ ବରଦାସ୍ତ କରାଯିବନି। ବିରୋଧୀ ଦଳ ବିରୋଧୀ ଭୂମିକା ନିଭାନ୍ତୁ। ଗଠନମୂଳକ ପରାମର୍ଶ ଦିଅନ୍ତୁ। ସମୟ ଅଛି ସର୍ବଦଳୀୟ ବୈଠକ ଡକାଯିବ। ତାରିଖ ସ୍ଥିର ହୋଇନି ବୋଲି କହିଛନ୍ତି ବାଚସ୍ପତି।

ବାଚସ୍ପତି କହିଛନ୍ତି ଯେ, ଆସନ୍ତା ଫେବୃଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ । ୧୩ରେ ରାଜ୍ୟପାଳ ଅଭିଭାଷଣ ଦେବେ। ୧୪ ଓ ୧୫ ଦୁଇ ଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ହେବ। ଏଥର ଅଧିବେଶନରେ ୨୮ ଦିନର କାର୍ଯ୍ୟଦିବସ ରହିବ। ୨୮ ଦିନ ଭିତରେ ୩ ଦିନ ସରକାରୀ ଓ ୩ ଦିନ ବେସରକାରୀ କାର୍ଯ୍ୟଦିବସ ରହିବ। ୧୭ ତାରିଖରେ ବଜେଟ ଆଗତ ହେବ ଏବଂ ବଜେଟ ଉପରେ ବିସ୍ତୃତ ଆଲୋଚନା ହେବ। ୨୦ ଓ ୨୧ରେ ବଜେଟ ଉପରେ ସାଧାରଣ ଆଲୋଚନା ରହିଛି। 

ଏହି ଖବରଟିକୁ ପଢନ୍ତୁ- ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ; ପରାକ୍ରମ ଦିବସ ପାଳୁଛି ଦେଶ, ଗୋରା ସରକାର ବିରୋଧରେ ଦେଇଥିଲେ ରଣହୁଙ୍କାର

୨୨ ତାରିଖରୁ ମାର୍ଚ୍ଚ ୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାୟୀ କମିଟି ଦ୍ୱାରା ବଜେଟ ଉପରେ ନିରୀକ୍ଷଣ ପାଇଁ ନିର୍ଧାରଣ କରାଯାଇଛି। ମାର୍ଚ୍ଚ ୭ରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନ କରିବ। ୧୦ ମାର୍ଚ୍ଚରୁ ଖର୍ଚ୍ଚ ଦାବି ସମ୍ପର୍କିତ ଆଲୋଚନା ହେବ। ୨୯ ତାରିଖରେ ବିନିଯୋଗ ବିଲ ଉପସ୍ଥାପନ ହେବ ଏବଂ ବଜେଟ ପାରିତ ହେବ। ସରକାରୀ ଦଳ ବଜେଟ ଉପସ୍ଥାପନା କରିବେ। ବିରୋଧି ଦଳଙ୍କ ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ଗଠନ ମୂଳକ ପରାମର୍ଶ ଦେଲେ ତାହା ଉପାଦେୟ ହେବ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.