ପୁରୀ,୧୫।୧୦ : ପୁରୀରେ କାର୍ତ୍ତିକ ମାସ ପାଇଁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ୨ ଅତିରିକ୍ତ ଏସପି, ୯ ଡିଏସପି, ୧୦ ଇନ୍ସପେକ୍ଟର, ୨୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଚାରୋଟି ହବିଷ୍ୟାଳୀ ଶିବିରରେ ଏବଂ ତୀର୍ଥ ପୁଷ୍କରିଣୀରେ ମଧ୍ୟ ପୋଲିସ ମୁତୟନ ହେବେ ବୋଲି ପୁରୀ ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି।
ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ପୋଲିସ ପକ୍ଷରୁ ୨୪×୭ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯିବ। ଦୀପାବଳି ଓ ପଞ୍ଚୁକ ସମୟରେ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ଭକ୍ତମାନଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି ପୁରୀ ଏସପି ସୂଚନା ଦେଇଛନ୍ତି।