ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ସମ୍ବର୍ଦ୍ଧିତ ହେବେ ବିଭିନ୍ନ ପୁରସ୍କାର ବିଜେତା, ୫୮ ପଦ୍ମ ବିଜେତାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧନା

ପୁରୀ, ୨୮।୧: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ୩ରୁ ୫ ତାରିଖ ଯାଏଁ ତିନି ଦିନ ଧରି ଜନତା ମଇଦାନଠାରେ ଆୟୋଜିତ ହେବ । ଏଥିରେ ଦେଶବିଦେଶର ଐତିହାସିକ, ଭାଷାବିତ୍‌, ଗବେଷକ, ବୁଦ୍ଧିଜୀବୀ ଏବଂ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ବ୍ୟକ୍ତିବିଶେଷ ଯୋଗଦେଇ ଓଡ଼ିଆ ଭାଷାର ମହନୀୟ ଅତୀତ ଓ ଭବିଷ୍ୟତର ପ୍ରାସଙ୍ଗିକତା ସମ୍ପର୍କରେ ତର୍କଭିତ୍ତିକ ଓ ମାର୍ମିକ ତର୍ଜମା କରିବେ । ଏହି ସମ୍ମିଳନୀକୁ ଆହୁରି ସ୍ମରଣୀୟ କରିବା ନିମନ୍ତେ ଭାଷା, ସାହିତ୍ୟ, କଳାକୃତି ଆଦି କ୍ଷେତ୍ରରେ ଅବଦାନ ଥିବା ପଦ୍ମଶ୍ରୀ, ଜ୍ଞାନପୀଠ, କେନ୍ଦ୍ର ଓ ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ମାନପ୍ରାପ୍ତ ତଥା ବିଭିନ୍ନ ପୁରସ୍କାର ବିଜେତା ଓ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯିବା । ଏହି ଅବସରରେ ମହାନ ଐତିହାସିକ ପଦ୍ମଶୀ ହର୍ମାନ୍‌ କୁଲ୍‌କେଙ୍କ ସମେତ ପଦ୍ମ ପୁରସ୍କାର ବିଜେତା ୫୮ ଜଣଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯିବ । 

ସେହିଭଳି ଜ୍ଞାନପୀଠ ପୁରସ୍କାର ପାଇଥିବା ଏବଂ ଜୀବନବ୍ୟାପୀ ସାଧନା ନିମନ୍ତେ ମଧ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷମାନଙ୍କୁ ପୁରସ୍କୃତ କରାଯିବ । ଏତଦବ୍ୟତୀତ କେନ୍ଦ୍ର ସାହିତ୍ୟ ଏକାଡେମୀ, ସରସ୍ୱତୀ ସମ୍ମାନ ଓ ମୂର୍ତ୍ତିଦେବୀ ପୁରସ୍କାରପ୍ରାପ୍ତ ବିଜେତାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ଅନ୍ୟପକ୍ଷରେ ଜୟଦେବ, ଧର୍ମପଦ, ଅତିବଡ଼ୀ ଜଗନ୍ନାଥ ଦାସ, କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ଏବଂ ବ୍ୟାସକବି ଫକୀର ମୋହନ ଭାଷା ସମ୍ମାନପ୍ରାପ୍ତ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ । ଏହି ସମ୍ମିଳନୀକୁ ଆହୁରି ବ୍ୟାପକ କରିବା ପରିପ୍ରେକ୍ଷୀରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସ୍ୱରୂପ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର, ପ୍ରଥମ ପ୍ରିଣ୍ଟିଂ ପ୍ରେସ୍‌ ଓ ବିଭିନ୍ନ କଳାକୃତି ଆଦି ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶିତ ହେବାର କାର୍ଯ୍ୟକ୍ରମ ରହିଛି । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି, ଐତିହ୍ୟ ଓ କଳାକୃତିକୁ ପ୍ରୋତ୍ସାହିତ କରିବାକୁ ସମ୍ମିଳନୀରେ ବ୍ୟାପକ ଆୟୋଜନ କରାଯାଉଛି । ଏଥିରେ ସବୁବର୍ଗର ବ୍ୟକ୍ତିବିଶେଷ ସାମିଲ ହୋଇ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବେ । ଏଠାକୁ ଆସି ଓଡ଼ିଆ ଭାବେ ନିଜକୁ ଗର୍ବ ଅନୁଭବ କରିବା ସହ ଅଭୁଲା ସ୍ମୃତି ନେଇଯିବେ । ସେଥିନିମନ୍ତେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.