PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କୋଣାର୍କ ଉତ୍ସବ ପାଇଁ ଦ୍ଵିତୀୟ ସମନ୍ୱୟ ବୈଠକ, ମୁତୟନ ହେବେ ୮ ପ୍ଲାଟୁନ ଫୋର୍ସ

କୋଣାର୍କ, ୨୫/୧୧ : କୋଣାର୍କ ଉତ୍ସବ ନିମନ୍ତେ ଶୁକ୍ରବାର ପୂର୍ବାହ୍ନରେ ସ୍ଥାନୀୟ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଦିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି I ପର୍ଯ୍ୟଟନ ବିଭାଗ, ଓଟିଡିସି ପକ୍ଷରୁ ମୁକ୍ତାକାଶ ରଙ୍ଗମଞ୍ଚରେ ଶାସ୍ତ୍ରୀୟ ନୃତ୍ୟ ସଙ୍ଗୀତ, ଚନ୍ଦ୍ରଭାଗା ବେଳାଭୂମିରେ ବାଲୁକା କଳା ଆୟୋଜିତ ହେବ I ଜିଲ୍ଲପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାପାତ୍ର, କୋଣାର୍କ ଏନଏସି ଅଧ୍ୟକ୍ଷା ସଂଯୁକ୍ତା ତ୍ରିପାଠୀ ପ୍ରମୁଖ ଯୋଗ ଦେଇଥିଲେ I

ମୁକ୍ତାକାଶ ରଙ୍ଗମଞ୍ଚରେ ପ୍ରତି ସନ୍ଧ୍ୟା ୬ଟାରୁ ଓଡ଼ିଶୀ, କୁଚିପୁଡ଼ି, କଥକ, ମଣିପୁରୀ, ଭାରତନାଟ୍ୟମ ନୃତ୍ୟ ପ୍ରଦର୍ଶନ ଓ ଚନ୍ଦ୍ରଭାଗା ବେଳାଭୂମିରେ ଦେଶ ବିଦେଶର ବାଲୁକା ଶିଳ୍ପୀଙ୍କ ବାଲୁକା କଳା ପ୍ରଦର୍ଶନ ହେବ I ସେହିଭଳି ହେଲିପ୍ୟାଡ଼ରେ ଅପେରା, ମୀନବଜାର ପାଇଁ ଆଲୋଚନା ହୋଇଥିଲା I ଏଥର ଭିଡ଼କୁ ଦୃଷ୍ଟିରେ ରଖି ୮ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ I କୋଣାର୍କରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି I ଉତ୍ସବ ପାଞ୍ଚ ଦିନ କୋଣାର୍କ, ହେଲିପ୍ୟାଡ ଓ ଚନ୍ଦ୍ରଭାଗା ବଜାରର ମୁଖ୍ୟ ଛକରେ ସିସିଟିଭି ଲଗାଯିବ I ଉତ୍ସବ ସମୟରେ ସୁରକ୍ଷା, ପାର୍କିଂ, ଆଲୋକ ବ୍ୟବସ୍ଥା ସହିତ କୋଣାର୍କ ଏନଏସି ଆଦି ବିଭାଗକୁ ସୁଚାରୁରୂପେ କାର୍ଯ୍ୟ ତୁଲାଇବା ପାଇଁ ନିର୍ଦେଶ ଦିଆଯାଇଥିଲା I କୋଣାର୍କରୁ ଜୁଣେଇ ରାସ୍ତା ମରାମତି, ନୃତ୍ୟ ସମୟରେ ସନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ପ୍ରଚାର କଟକଣା, ପ୍ରବେଶ ଓ ପ୍ରସ୍ଥାନ ପଥ ନିର୍ମାଣ ଆଇବି ଛକରୁ ଚନ୍ଦ୍ରଭାଗା ଆଲୋକ ବ୍ୟବସ୍ଥା ନିମନ୍ତେ ନିଷ୍ପତି ନିଆଯାଇଥିଲା I ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ତହସିଲଦାର ଶେଖ ସଗିର, ଅତିରିକ୍ତ ଏସପି ପୁର୍ଣଚନ୍ଦ୍ର ପ୍ରଧାନ, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ସମସ୍ତ ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ I