ଭୁବନେଶ୍ବର,୨୧।୮ :   ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ  ସ୍ବତନ୍ତ୍ର ଓଟିଇଟି ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଅଗଷ୍ଟ ୩୧ ରେ ପରୀକ୍ଷା ହେବାର ଥିଲା। ଅନିର୍ବାଯ୍ୟ କାରଣବଶତଃ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ପରୀକ୍ଷା ନେଇ ପୁଣି ଥରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।   

ସୂଚନାଯୋଗ୍ୟ ଯେ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସ୍ପେସାଲ୍‌ ଓଟିଇଟି) ଜୁଲାଇ ୨୦ ତାରିଖରେ  ଅନୁଷ୍ଠିତ ହେବାର ଥିଲା। ତେବେ ପରୀକ୍ଷା ହେବା ପୂର୍ବରୁ ଏହାର ପ୍ରଶ୍ନପତ୍ର  ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।ଏହା ପରେ ବୋର୍ଡ କର୍ତ୍ତୃପକ୍ଷ ପରୀକ୍ଷାକୁ  ବାତିଲ କରିଥିଲେ।  ଏହି ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରି ବୋର୍ଡ କର୍ମଚାରୀ ଜିତନ ମହାରଣା, ରାୟଗଡ଼ା ଜିଲ୍ଲାର ଏକ୍ସକ୍ୟାଡର୍‌ ଶିକ୍ଷକ ସଂଘ ନେତା ବିଜୟ କୁମାର ମିଶ୍ର,   ବୋର୍ଡ ଉପଭାପତି ନିହାର ମହାନ୍ତିଙ୍କ ସମେତ ମୋଟ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ ।  ବୋର୍ଡ ଉପସଭାପତି ନିହାର ମହାନ୍ତିଙ୍କୁ ନିଲମ୍ବନ କରାଯାଇ ତାଙ୍କ ସ୍ଥାନରେ ନୂତନ ଉପସଭାପତିଙ୍କୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିଯୁକ୍ତି ଦିଆଯାଇଛି।