ପ୍ରମୂଖ ଖବର
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଘଣ୍ଟା ପ୍ରତି ୧୩ କି.ମି ବେଗରେ ମାଡି ଆସୁଛି ଦାନା, ପାରାଦୀପ ଠାରୁ ରହିଛି ୫୦କି.ମି ଦୂରରେ

Published By : Gurupada Nath | October 24, 2024 11:40 PM

ଭୁବନେଶ୍ବର, ୨୪/୧୦ : ବାତ୍ୟା ଦାନା  ଉପକୂଳ ମୁହାଁ ହୋଇ  ମାଡିଆସୁଛି ।  ଘଣ୍ଟା ପ୍ରତି ୧୩  କି.ମି ବେଗରେ  ଏହା ଗତି କରୁଛି।   ବର୍ତ୍ତମାନ ବାତ୍ୟା ପାରାଦ୍ବୀପ ଠାରୁ ୫୦ କି.ମି ଦୂରରେ ରହିଛି । ଉତ୍ତର- ଉତ୍ତର ପଶ୍ଚମ ଦିଗକୁ ଗତି କରୁଛି। ରାତି ଯେତିକି ବଢୁଛି  ବାତ୍ୟା ଦାନା ସେତିକି ନିକଟ ସ୍ଥଳଭାଗ  ହେଉଛି । ଗୁରୁବାର ମଧ୍ୟରାତ୍ରରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ। ‌ 

ତେବେ ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ସମୟରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପବନର ବେଗ ଘଣ୍ଟାପ୍ରତି ୧୧୦ କିଲୋମିଟର ରହିପାରେ। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି ରହିବ। ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର  ରହିବାର ସମ୍ଭାବନା ରହିଛି।

ବାତ୍ୟା ଦାନା ପାଇଁ ଗୁରୁବାର    ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ଉକ୍ତ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହିସବୁ ଜିଲ୍ଲାଗୁଡିକ ହେଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ।

ସେହିପରି  ୫ଟି ଜିଲ୍ଲାକୁ  ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ସେହି ସବୁ ଜିଲ୍ଲାଗୁଡିକ ହେଲା ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ନୟାଗଡ ଓ ଢେଙ୍କାନାଳ। ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଏବଂ କନ୍ଧମାଳକୁ ୟେଲୋ ଓ୍ବାର୍ଣ୍ଣିଂ  ଜାରି କରାଯାଇଛି। 

ସେହିପରି ଶୁକ୍ରବାର ୯ ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।  ଯାଜପୁର, ଭଦ୍ରକ, ପୁରୀ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ଅନୁଗୁଳ ଜିଲ୍ଲାକୁ ରେଡ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.