ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବିହାରରେ ବିଷାକ୍ତ ମଦ ନେଲାଣି ୨୭ ଜୀବନ, ଆହୁରି ବଢ଼ିପାରେ ମୃତ୍ୟୁ ସଂଖ୍ୟା

Published By : Tapas Panda | October 17, 2024 12:01 PM

ପାଟନା: ବିହାରରେ ପୁଣି ମଦ ମୃତ୍ୟୁ ଚିନ୍ତା ବଢ଼ାଇଛି । ବିହାରର ସିଓ୍ବାନ ଏବଂ ସାରଣରେ ବିଷାକ୍ତ ମଦ ୨୭ ଜଣଙ୍କ ଜୀବନ ନେଇଛି । ଅନେକ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ହେବାର ସମ୍ଭାବନା ରହିଛି । ସାରଣରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।  କିଛି ମାସ ପୂର୍ବରୁ ତାମିଲନାଡୁରେ ବିଷାକ୍ତ ମଦପିଇ ୫୦ରୁ ଊର୍ଦ୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଥିଲା। ଏବେ ବିହାରର ସିୱାନ ଓ ଛପ୍ରାରେ ବିଷାକ୍ତ ମଦ ପିଇ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । 

୨୭ ଜଣଙ୍କ ମୃତ୍ୟୁ ହୋଇଥିବା ଏସ୍‌ପି ସୂଚନା ଦେଇଛନ୍ତି । ବିଷାକ୍ତ ମଦ ପିଇ ଏପର୍ଯ୍ୟନ୍ତ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ସିଭିଲ ସର୍ଜନଙ୍କ ଦ୍ୱାରା ପ୍ରକାଶିତ ରିପୋର୍ଟରେ କୁହାଯାଇଛି । ମୃତକଙ୍କ ମଧ୍ୟରେ ଛପ୍ରାର ୮ ଜଣ ଅଛନ୍ତି । ମଦ ପିଇବା ପରେ ଲୋକଙ୍କୁ ଡାକ୍ତରଖାନା ନିଆଯାଇଥିବା ବେଳେ ସେଠାରେ ସେମାନଙ୍କ ମୃତ୍ୟୁ ଘଟିଥିଲା । ମାମଲା ପରେ ସିୱାନ ଜିଲ୍ଲା ମାଜିଷ୍ଟ୍ରେଟ୍ ମୁକୁଲ କୁମାର ଗୁପ୍ତା ଗଣମାଧ୍ୟମକୁ କହିଛନ୍ତି, ବୁଧବାର ସକାଳ ପ୍ରାୟ ସାଢ଼େ ୭ଟାରେ ମଗର ଓ ଓରାଇଆ ପଞ୍ଚାୟତରେ ୩ ଜଣଙ୍କ ରହସ୍ୟଜନକ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା। 

ସଙ୍ଗେସଙ୍ଗେ ଅଧିକାରୀଙ୍କ ଏକ ଟିମ୍ ଉକ୍ତ ଅଞ୍ଚଳକୁ ପଠାଯାଇଥିଲା ଏବଂ ଆଉ ୧୨ ଜଣଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଥିଲା । କିନ୍ତୁ ବାଟରେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଥିଲା । ନିକଟ ଅତୀତରେ ବିହାରରେ ମଦ ମୃତ୍ୟୁ ଘଟିଛି । ଏନେଇ ରାଜନୈତିକ ବୟାନ ବାଜି ହେଉଥିଲେ ହେଁ ସରକାର କିମ୍ବା ପ୍ରଶାସନ କୌଣସି ଠୋସ୍‌ ପଦକ୍ଷେପ ନେଉନଥିବା ଅଭିଯୋଗ ହେଉଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.