PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର ୨୯।୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ତେବେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ସହ ମୁଖ୍ୟମନ୍ତ୍ରୀଙ୍କ ସଚିବ ଏବଂ ଟ୍ରାନ୍ସଫର୍ମେସନ ଆଣ୍ଡ୍ ଇନିସିଏଟିଭ୍ (୫ଟି) ଦାୟିତ୍ବରେ ରହିବେ ବୋଲି ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ୫ଟି ଉପରେ ଗୁରୁତ୍ବ ଦେବାକୁ ସରକାରୀ ଅଧିକାରୀ ଏବଂ ଦଳୀୟ ନେତାଙ୍କୁ ପରାମର୍ଶ ଦେଇ ଆସୁଛନ୍ତି। ଏହି ୫ଟି ହିଁ ରାଜ୍ୟ ବିକାଶର ମୂଳମନ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଆସୁଛନ୍ତି। ଏହାକୁ ବାସ୍ତବ ରୂପ ରେଖ ଦେବା ପାଇଁ ଏକ ସ୍ବତନ୍ତ୍ର ବିଭାଗ ଗଠନ ଓ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ ଏହାର ଦାୟିତ୍ବ ପ୍ରଦାନ ନିଶ୍ଚୟ ମୁଖ୍ୟମନ୍ତ୍ରୀ ଏହାକୁ ନେଇ କେତେ ଗୁରୁତ୍ବ ଦେଉଛନ୍ତି ତାହା ସୂଚନା ଦେଉଛି।

ତେବେ ୨୦୦୦ ବ୍ୟାଚର ଆଇଏଏସ ଅଫିସର ପାଣ୍ଡିଆନଙ୍କୁ ୨୦୧୧ ମସିହାରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ମିଳିଥିଲା । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇବା ପୂର୍ବରୁ ପାଣ୍ଡିଆନ ଗଞ୍ଜାମର ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଛନ୍ତି ।