PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ଆଜି ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି, ଅପରାହ୍ଣ ୫ରୁ ରାତି ୯ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୧୯/୧୧: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଦାରୁଦିଅଁଙ୍କ ଏହା ଏକ ଗୁପ୍ତ ନୀତି । ଅପରାହ୍ଣରେ ଏହି ନୀତି ସମ୍ପନ୍ନ ହେବ ବୋଲି ସେବକମାନେ କହିଛନ୍ତି । ଏଣୁ ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ଏହି ସୂଚନା ଦେଇଛି ।

ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ସମ୍ପନ୍ନ ହେବ । ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ସମ୍ପନ୍ନ ହୋଇଥାଏ । ଶନିବାର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ପଇତା ଲାଗି ସମୟ ଧାର୍ଯ୍ୟ ହେବ ବୋଲି ପ୍ରଶାସନ ସୂଚନା ଦେଇଛି ।

ସମ୍ବନ୍ଧିତ ଖବର