ପୁର,୩୧।୧୨  : ନୂଆବର୍ଷ ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି  ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଇଛି। ମଙ୍ଗଳବାର  ରାତି ସାଢେ ବାରଟାରୁ ଶ୍ରୀମନ୍ଦିର ଦ୍ବାର ଫିଟା ନେଇ ଲକ୍ଷ୍ୟ ରଖିଛି ଶ୍ରୀମନ୍ଦିର ପ୍ରଶାସନ। ରାତି ୧୦ଟା ରୁ ସାଢେ ୧୦ ଟା ମଧ୍ୟରେ ପହୁଡ଼ କରାଯିବ। ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି।

ନୂଆବର୍ଷରେ ମହାପ୍ରଭୁଙ୍କୁ  ଭକ୍ତମାନେ କେବଳ ସିଂହଦ୍ବାର ଦେଇ ପ୍ରବେଶ କରି ଦର୍ଶନ କରିପାରିବେ। ସେହିପରି ଅନ୍ୟ ୩ ଦ୍ବାର ଦେଇ ପ୍ରସ୍ଥାନ କରିପାରିବେ।