ପ୍ରମୂଖ ଖବର
  • ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଭାଇରାଲ୍ ଘଟଣା: ସିଂହଦ୍ୱାର ଥାନାରେ ମାମଲା ରୁଜୁ
  • ||
  • ହଂସପାଳ ଓଭରବ୍ରିଜ୍‌ରେ ଭୁବନେଶ୍ୱରରୁ କଟକକୁ ଗଡ଼ିବ ଗାଡ଼ି, ଉଦ୍‌ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ
  • ||
  • ବୌଦ୍ଧ : ସଙ୍ଘବଦ୍ଧ ଆକ୍ରମଣ କରି ଯୁବକଙ୍କୁ ହତ୍ୟା, ୪ ଅଟକ
  • ||
  • ପୁରୀ : ଶିରୁଳି ମହାବୀର ମନ୍ଦିରରୁ ଚୋରି, ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • କଟକ : ଅଜଣା ଗାଡ଼ିକୁ ଧକ୍କା ଦେଲା ଡାଲା ଅଟୋ, ହେଲ୍ପର ମୃତ
  • ||
  • ଛତିଶଗଡ଼ ଗରିଆବନ୍ଧରେ ଏନକାଉଣ୍ଟର: ୧୪ ମାଓବାଦୀ ନିହତ, ବଢ଼ିପାରରେ ମୃତ୍ୟୁସଂଖ୍ୟା
  • ||
  • ଲମତାପୁଟ : ଜଙ୍ଗଲକୁ କାଠ ଆଣିବାକୁ ଯାଇଥିବା ବେଳେ ଅଘଟଣ, ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ
  • ||
  • ନିଖୋଜ ଯୁବତୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର ଘଟଣା: ନ୍ୟାୟ ଦାବିରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ, ଏବେ ବି ମୁଖ୍ୟ ଅଭିଯୁକ୍ତ ଫେରାର
  • ||
  • ଟ୍ୱିନ୍‌ ସିଟିରେ ବ୍ଲକିଂ ଚେକିଂ କଡ଼ାକଡ଼ି, ରାତି ଅଧିଆ ତନାଘନା କଲା କମିଶନରେଟ୍‌ ପୋଲିସ
  • ||
  • ବଙ୍ଗୋପସାଗରରେ ଗୁରୁଚାପ ବଳୟ ପ୍ରଭାବ: ବୁଧବାରଠାରୁ କମିବ ଶୀତ, ଦୁଇ ଦିନ ଘନ କୁହୁଡ଼ି ସମ୍ଭାବନା
  • ||

ଆଜି ପବିତ୍ର ଦୋଳପୂର୍ଣ୍ଣିମା: ରତ୍ନସିଂହାସନରେ ମହାପ୍ରଭୁଙ୍କ ଦୁର୍ଲ୍ଲଭ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଭକ୍ତ

Published By : Prameya | March 25, 2024 7:39 AM

ପୁରୀ, ୨୫/୦୩: ଆଜି ପବିତ୍ର ଦୋଳପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ଅନୁଷ୍ଠିତ ହେବ । ଠାକୁରେ ଅବିର ଓ ଝିମିରି ଫଗୁ ଲାଗି ହେବେ । ଏଥିସହିତ ଶ୍ରୀଦୋଳଗୋବିନ୍ଦ, ଲକ୍ଷ୍ମୀ ଓ ସରସ୍ୱତୀ ଦୋଳବେଦିକୁ ବିଜେ କରି ଦୋଳି ଖେଳିବେ । ଘଣ୍ଟ, ଘଣ୍ଟା ଓ କାହାଳୀର ପଟୁଆରରେ ଠାକୁରମାନେ ଦୋଳବେଦିରେ ପହଞ୍ଚିବେ । ମହାଜନେ ଦୋଳିରେ ଦୋଳଠାକୁରଙ୍କୁ ବିଜେ କରିବା ପରେ ସର୍ବସାଧାରଣ ଦର୍ଶନ ହେବ। ନୀତି ସାରି ଠାକୁରେ ଶ୍ରୀମନ୍ଦିରକୁ ବାହୁଡ଼ିବେ । ପରେ ଦାରୁ ଦିଅଁଙ୍କ ସୁନାବେଶ ଓଲାଗି ହୋଇ ମହାସ୍ନାନ ବଢିବ। ଅନ୍ୟାନ୍ୟ ନୀତି ସହ ସନ୍ଧ୍ୟା ଆଳତି, ଚନ୍ଦନ ଲାଗି, ବଡ଼ସିଂହାର ବେଶ ଓ ଭୋଗ ହୋଇ ଠାକୁରଙ୍କ ରାତ୍ର ପହୁଡ଼ ହେବ ।

ଫାଲଗୁନ ଶୁକ୍ଳ ଦଶମୀରୁ ଚୈତ୍ର ଶୁକ୍ଳ ପ୍ରତିପଦା ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ଶ୍ରୀମନ୍ଦିରରେ ଦୋଳଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହୋଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦୁର୍ଲଭ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଚୂଡାନ୍ତ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୩ ଟାରେ ଦ୍ୱାର ଫିଟା ନୀତି, ୪ ଟାରେ ମଙ୍ଗଳ ଆଳତୀ ପରେ ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ପରେ ସ୍ୱର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ବିଭୂଷିତ ହୋଇ ହଜାର ହଜାର ଭକ୍ତଙ୍କୁ ଦର୍ଶନ ଦେବେ। 

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇଁ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିମାନରେ ବିଜେ କରି ଶ୍ରୀମନ୍ଦିର ବେଢ଼ା ସାତଥର ପ୍ରଦିକ୍ଷଣ କରିବେ। ଭକ୍ତଙ୍କ ହରିବୋଲ, ହୁଳହୁଳି ଧ୍ୱନି ସହ ଫଗୁ, ଅବିର ଖେଳ ମଧ୍ୟରେ ଠାକୁରଙ୍କ ବିମାନ ଦୋଳବେଦୀକୁ ବିଜେ କରି ଦୋଳବେଦୀ ତଳେ ଓ ଉପରେ ସାତଘେରା ଲେଖାଏଁ ପ୍ରଦକ୍ଷଣ କରିବା ପରେ ଦୋଳରେ ବସି ଝୁଲିବେ। ଏହାପରେ ଦୋଳବେଦୀରେ ମହାପ୍ରଭୁଙ୍କର ଅନ୍ୟାନ୍ୟ ନୀତି କାନ୍ତି ଅନୁଷ୍ଠିତ ହେବ। ତେବେ ଶୃଙ୍ଖଳିତ ନୀତି କାନ୍ତି ପାଇଁ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବେଶ଼ ଗୁରୁତ୍ବ ଦିଆଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.