ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ଏପ୍ରିଲ ୨ରୁ ଯୁକ୍ତ ଦୁଇ ଖାତା ଦେଖା

Published By : Prameya | April 1, 2025 5:58 PM

ଭୁବନେଶ୍ବର,୧/୪ : ଯୁକ୍ତ ଦୁଇ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର। ବୁଧବାର ଅର୍ଥାତ୍ ଏପ୍ରିଲ ୨ ଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ ହେବ। ମେ ୧୫ସୁଦ୍ଧା ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବାବେଳେ, ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । 

ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ କରାଯିବ। ଏକ ସଙ୍ଗେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ କରାଯିବ। ଏହା ସହ ସେ ଆହୁରି କହିଛନ୍ତି, ଖାତା ଦେଖା ପାଇଁ ପ୍ରାଥମିକ ପର୍ଯ୍ୟାୟରେ ୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ସୁବିଧା ଦୃଷ୍ଟିରୁ ନିଜ ଜିଲ୍ଲାରେ ହୋଇଥିବା ମୂଲ୍ୟାଙ୍କନ କେନ୍ଦ୍ରରେ ଖାତା ଦେଖିବା ପାଇଁ ନିୟୋଜିତ କରାଯାଇଛି। ଖାଲି ସେତିକି ନୁହେଁ ଖରାକୁ ଦୃଷ୍ଟିରେ ରଖି ଦୁଇଟି ସିଫ୍ଟରେ ଖାତା ଦେଖା ହେବ। ଅତ୍ୟଧିକ ଖରା ଓ ମୂଲ୍ୟାଙ୍କନ କେନ୍ଦ୍ରର ଦୂରତା ଯୋଗୁଁ ଯେପରି କୌଣସି ଶିକ୍ଷକ ଶିକ୍ଷୟିତ୍ରୀ ଖାତା ଦେଖିବାକୁ ଆସିବା ଅସୁବିଧା ନ ହେବ ସେଥିପାଇଁ ମୂଲ୍ୟାଙ୍କନ କେନ୍ଦ୍ର ବଢାଯାଇଛି । 

ସେ ଆହୁରି କହିଛନ୍ତି ଯଦି କୌଣସି ଭୁଲ ନ ଥାଇ ତ୍ରୁଟିପୂର୍ଣ୍ଣ ଭାବେ କେହି ଛାତ୍ର ମାଲପ୍ରାକ୍ଟିସରେ ବୁକ ହୋଇଥିବେ ତେବେ ସେମାନଙ୍କ ପରୀକ୍ଷା ଫଳ ସାଧାରଣ ପରୀକ୍ଷାର୍ଥୀଙ୍କ ସହ ଏକାସାଙ୍ଗରେ ପ୍ରକାଶ ପାଇବ। କାଉନସିଲ ଦ୍ୱାରା ଗଠିତ ସ୍ୱତନ୍ତ୍ର କମିଟିର ଯାଞ୍ଚରେ ଏହି ଛାତ୍ରୀଛାତ୍ର ନିଜର ପକ୍ଷ ରଖିବାକୁ ସୁଯୋଗ ଦିଆଯିବ ବୋଲି ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ। ସୂଚନା ଥାଉକି ପ୍ରାୟ ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.