ପ୍ରମୂଖ ଖବର
  • ରାଜଧାନୀରେ ଧରାପଡ଼ିଲେ ନକଲି DSP, ୨ଲକ୍ଷରୁ ଅଧିକ ନକଲି ଟଙ୍କା ସହ ପୋଲିସ ୟୁନିଫର୍ମ ଜବତ
  • ||
  • ବିଧାନସଭା ବଜେଟ୍ ଅଧିବେଶନ: ଆଜି ବି ଚାଲିପାରିଲାନି ପ୍ରଶ୍ନକାଳ, ୧୨ଟା ୯ ମିନିଟ୍ ଯାଏ ଗୃହ ମଲତବୀ
  • ||
  • ଗଞ୍ଜାମ : ପାହାଡ଼ ତଳୁ ନରକଙ୍କାଳ ଉଦ୍ଧାର ଘଟଣା: ମିଳିଲା ନାବାଳିକାଙ୍କ ପରିଚୟ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଉଦଳା : ବନ କର୍ମଚାରୀଙ୍କୁ ଶିକାରୀଙ୍କ ଗୁଳିମାଡ଼: ୪ ଶିକାରୀ ଗିରଫ
  • ||
  • ଆମେରିକାର ଏକଚାଟିଆ ନୀତିକୁ କରାଯିବନି ବରଦାସ୍ତ: ୟୁରୋପର ଦୀର୍ଘମିଆଦୀ ରଣନୀତି, ଅସ୍ତ୍ର ଭଣ୍ଡାର ୩୦% ବଢ଼ାଯିବ
  • ||
  • ଦୁଇ ଦିନର ବିରତି ପରେ ସରଗରମ ହେବ ବିଧାନସଭା, ନାରୀ ନିର୍ଯାତନା ପ୍ରସଙ୍ଗରେ କମ୍ପିବ ଗୃହ
  • ||
  • ଆଇପିଏଲ୍‌ ୨୦୨୫: ଆଜି କ୍ୟାପିଟାଲ୍ସ- ସୁପରଜାଏଣ୍ଟ୍‌ସ ଫାଇଟ୍, ପୁରୁଣା ଦଳ, ନୂଆ ପ୍ରତିଦ୍ୱନ୍ଦ୍ୱୀ ମଧ୍ୟରେ ହେବ ଟକ୍କର
  • ||
  • ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆଜି କଣ୍ଟିଲୋରେ ମହାପ୍ରଭୁ ଶ୍ରୀନୀଳମାଧବଙ୍କୁ କରିବେ ଦର୍ଶନ
  • ||
  • ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା, ମଙ୍ଗଳବାରଠାରୁ ବଢ଼ିବ ତାତି
  • ||

ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା

Published By : Prameya | February 14, 2025 8:24 AM

ଭୁବନେଶ୍ୱର,୧୪/୦୨: ମନମୋହନ ସାମଲ ପୁଣି ସଭାପତି ହେବେ ନା ଆଉ କିଏ ରାଜ୍ୟ ବିଜେପିର ମଙ୍ଗୁଆଳ ସାଜିବ ଶୁକ୍ରବାର ସ୍ପଷ୍ଟ ହୋଇଯିବ । ଏନେଇ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କୋର୍‌ କମିଟି ବୈଠକ ବସିବ । ସେଠାରେ  ବିଚାରବିମର୍ଶ ପରେ ନିଷ୍ପତ୍ତି ହୋଇପାରେ ବୋଲି ସୂଚନା ମିଳିଛି ।  

ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କ ଅଧ୍ୟକ୍ଷତାରେ ଦଳୀୟ  କାର୍ଯ୍ୟାଳୟରେ ପୂର୍ବାହ୍ଣ ୧୧ଟାରୁ ବୈଠକ ଆରମ୍ଭ ହେବ । ରାଷ୍ଟ୍ରୀୟ ଉପାଧ୍ୟକ୍ଷ  ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ସମେତ କୋର କମିଟିର ଅନ୍ୟ  ସମସ୍ତ ସଦସ୍ୟ ଉପସ୍ଥିତ ରହିବେ । ରାଜ୍ୟର ସାଂଗଠନିକ ନିର୍ବାଚନ ଓ ଆଗାମୀ  ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିକୁ ବୈଠକରେ ଗୁରୁତ୍ୱ ଦିଆଯିବ ।  

ରାଜ୍ୟରେ ଦଳର ମୋଟ ୩୭ଟି ସାଂଗଠନିକ ଜିଲ୍ଲା ଅଛି । ଗତମାସ ୨୫  ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୩ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାମ  ଘୋଷଣା ସରିଛି । ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଛି । ତୃଣମୂଳସ୍ତରରେ  ସାଂଗଠନିକ ସ୍ଥିତି ମଜଭୁତ କରିବା ନେଇ ରଣନୀତି ପ୍ରସ୍ତୁତ କରାଯିବ । ଶୁକ୍ରବାର ବୈଠକରେ ବଳକା ୧୪ଜଣ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯାଇପାରେ ।  ଏଥର ପୁରୁଖା ନେତାଙ୍କ ପ୍ରାଧାନ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.