ପ୍ରମୂଖ ଖବର
  • ୧୦ରେ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି, ମଙ୍ଗଳବାର ଅପରାହ୍ନ ୨ ଟା ପର୍ଯ୍ୟନ୍ତ ସର୍ବସାଧାରଣ ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବରଗଡ଼ : ଦେବରାଜ ହତ୍ୟା ଘଟଣାର ପର୍ଦାଫାଶ, ୨ ଗିରଫ; ପୁଲିସର ସିନ୍ ରିକ୍ରିଏସନ
  • ||
  • ରଥ ଯାତ୍ରାରେ ଶ୍ରୀକ୍ଷେତ୍ରକୁ ଚାଲିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ
  • ||
  • ମାଲକାନଗିରି: ଛତିଶଗଡ଼ ସୁକୁମା କୋଣ୍ଟାରେ IED ବିସ୍ଫୋରଣ, ASP ଆକାଶ ରାଓ ଶହୀଦ
  • ||
  • ପୁରୀ: ରଥଯାତ୍ରା ପାଇଁ ପୁରୀକୁ ଗଡ଼ିବ ୧୦୦ ଆମ ବସ୍, ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
  • ||
  • ମୁମ୍ବାଇରେ ଚଳନ୍ତା ଲୋକାଲ୍ ଟ୍ରେନ୍‌ରୁ ଖସିପଡ଼ି ଚାଲିଗଲା ୫ ଜୀବନ, ଅନେକ ଗୁରୁତର
  • ||
  • ସୁନ୍ଦରଗଡ଼ : ଶାଗ ତୋଳିବା ହେଲା କାଳ, ଗଛରୁ ପଡ଼ି ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ଼ : ଭାଇର ଲୁହା ଛଡ଼ ମାଡ଼ରେ ଭଉଣୀ ମୃତ, ଭାଉଜକୁ ବଞ୍ଚାଇବାକୁ ଯାଇ ଜୀବନ ଗଲା
  • ||
  • ୧୦ ଲକ୍ଷ ଲାଞ୍ଚ ନେଇ ବନ୍ଧା ହେଲେ ଆଇଏଏସ୍‌ ଅଫିସର, ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||
  • ମେଘାଳୟରୁ ନିଖୋଜ ଇନ୍ଦୋର ଦମ୍ପତି ମାମଲାରେ ଟ୍ୱିଷ୍ଟ, ପତ୍ନୀ ସୋନମ ୟୁପିରୁ ଗିରଫ
  • ||
  • ଢେଙ୍କାନାଳ : ବାଲି ମାଫିଆଙ୍କ ଉତ୍ପାତ : ରାତି ଅଧରେ କାର୍‌ ଉପରକୁ ବୋମା ମାଡ଼
  • ||
  • ଆମେରିକାର ଟେନେସିରେ ୨୦ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ ଦୁର୍ଘଟଣା, ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ
  • ||
  • କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା, ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ
  • ||
  • ମହାକାଶରେ ପୁଣି ଉଡ଼ିବ ତ୍ରିରଙ୍ଗା; ମିଶନ୍ ଆକ୍ସିଓମ୍ -୪କୁ ସଫଳ କରିବେ ଶୁଭାଂଶୁ ଶୁକ୍ଳା
  • ||
  • ଭୁବନେଶ୍ଵର ଆସିଲେ ଆଉ ହଇରାଣ ହେବେନି, ପ୍ରତି ଜିଲ୍ଲା ପାଇଁ ବିଭିନ୍ନ ସ୍ଥାନରେ ଗେଷ୍ଟ ହାଉସ୍ ନିର୍ମାଣ କରିବେ ସରକାର
  • ||
  • କେନ୍ଦ୍ରାପଡ଼ା ଯିବେ ମୁଖ୍ୟମନ୍ତ୍ରୀ, ମାଉସୀ ମା' ମନ୍ଦିର ଠାରୁ ଶ୍ରୀବଳଦେବଜିଉ ମନ୍ଦିର ପର୍ଯ୍ୟନ୍ତ କରିବେ ତ୍ରିରଙ୍ଗା ଶୋଭାଯାତ୍ରା
  • ||
  • ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଦ୍ଵିତୀୟ ରଥଯାତ୍ରା ସମନ୍ଵୟ ବୈଠକ, ଆକ୍ସନ୍ ପ୍ଲାନ୍ ରିପୋର୍ଟ ଦାଖଲ କରିବେ ବିଭାଗୀୟ ଅଧିକାରୀ
  • ||
  • ଆମେରିକାର ଟେନେସି ଅଞ୍ଚଳରେ ବିମାନ ଦୁର୍ଘଟଣା, ୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କ୍ରାସ୍, ୬ ଆହତ
  • ||
  • ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ତାତିରୁ ମିଳିବ ଆଶ୍ୱସ୍ତି, ଆସନ୍ତା ୪ ଦିନ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
  • ||

ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପର ପଦକ ବିଜେତା ଅନୁପମା ସ୍ଵାଇଁଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

Published By : Bijay Swain | June 9, 2025 11:00 PM

ଭୁବନେଶ୍ୱର, ୦୯/୦୬: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନବମ ଜିୟୁ ଜିଟସୁ ଏସିୟାନ ଚମ୍ପିୟନସିପରେ ଅଂଶଗ୍ରହଣ କରି ଉଚ୍ଚକୋଟିର କ୍ରୀଡା ନୈପୁଣ୍ୟତା ପ୍ରଦର୍ଶନ କରିଥିବା ଅନୁପମା ସ୍ଵାଇଁଙ୍କୁ ଅଭିନନ୍ଦନ ଜଣାଇବା ସହିତ ସମ୍ବର୍ଦ୍ଧିତ କରିଛନ୍ତି। ରାଜ୍ୟ ପୋଲିସ ମୁଖ୍ୟାଳୟ ଠାରେ ଆୟୋଜିତ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଡିଜିପି ଶ୍ରୀ ଖୁରାନିଆ ଅନୁପମାଙ୍କ କ୍ରୀଡା ନୈପୁଣ୍ୟତାକୁ ଉଚ୍ଚ ପ୍ରଶଂସା କରିବା ସହ ତାଙ୍କୁ ପ୍ରୋତ୍ସାହନ ରାଶି ପ୍ରଦାନ କରିଥିଲେ। ଏହା ସହ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ ମଧ୍ୟ କାମନା କରିଥିଲେ। 

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଶ୍ରୀ ପ୍ରତୀକ ମହାନ୍ତି, ଡିଆଇଜି (କାର୍ମିକ) ଶ୍ରୀ ଯୁଗଳ କିଶୋର ବନୋଥ, ଏଆଇଜି (ମୁଖ୍ୟାଳୟ) ଶ୍ରୀ ସୁରେଶ ଚନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତ ଥିଲେ। 

ଉଲ୍ଲେଖଯୋଗ୍ୟ ଯେ, ଗତ ମେ ମାସ ୨୩  ରୁ ୨୫ ତାରିଖ ପର୍ଯ୍ୟନ୍ତ ଜୋର୍ଡାନର ଅମାନ ସହରଠାରେ ଏସିଆନ ଚମ୍ପିୟାନସିପ ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ଅନୁପମା ଦେଶକୁ ପ୍ରତିନିଧିତ୍ଵ କରି କଣ୍ଟାକ୍ଟ (୫୨ କେଜିରୁ କମ) ବର୍ଗରେ   ରୌପ୍ୟ  ପଦକ ଏବଂ ଫାଇଟିଙ୍ଗ ସିଷ୍ଟମ (୫୨ କେଜିରୁ କମ) ବର୍ଗରେ କାଂସ୍ୟ ପଦକ ଲାଭ କରି ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। ବର୍ତ୍ତମାନ ଅନୁପମା ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲାରେ କନେଷ୍ଟବଳ ଭାବେ କାର୍ଯ୍ୟରତ ଅଛନ୍ତି। ସେ ପୂର୍ବରୁ ବିଭିନ୍ନ ଜାତୀୟ ଏବଂ ଆନ୍ତର୍ଜାତୀୟ କ୍ରୀଡା ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ପଦକ ବିଜୟୀ ହେବାସହ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.