ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଡିସେମ୍ବର ୨୯ରୁ ରାଜ୍ୟ ଆଇନଜୀବୀ ସମ୍ମିଳନୀ, ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya | December 10, 2024 10:01 AM

ଭଞ୍ଜନଗର,୧୦/୧୨: ଚଳିତ ମାସ ୨୯ ଓ ୩୦  ତାରିଖରେ ଭଞ୍ଜନଗରରେ ହେବାକୁ ଥିବା ରାଜ୍ୟ ଆଇନଜୀବୀ  ସଂଘର ରାଜ୍ୟସ୍ତରୀୟ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ଯୋଗ ଦେବା ଚୂଡାନ୍ତ ହୋଇଛି । ଏହି ସମ୍ମିଳନୀ  ଭଞ୍ଜନଗରସ୍ଥିତ ଉପେନ୍ଦ୍ର ଭଞ୍ଜ ହାଇସ୍କୁଲ ପରିସରରେ ହେବ ।  

ପ୍ରଥମ ଦିନ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେବେ । ନିଜ ଅଫିସ୍‌ ସମ୍ମିଳନୀ କକ୍ଷରେ ଉପଜିଲ୍ଲାପାଳ  ଅନିଲ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଏ ନେଇ ସୋମବାର  ପ୍ରସ୍ତୁତି ବୈଠକ ହୋଇଥିଲା । ଅତିରିକ୍ତ ଉପଜିଲ୍ଲାପାଳ  ବିଶ୍ୱରଞ୍ଜନ କର, ଭଞ୍ଜନଗର ଭାରପ୍ରାପ୍ତ ବିଡିଓ ଉମାଶଙ୍କର  ବେହେରା, ଏନ୍‌ଏସି ନିର୍ବାହୀ ଅଧିକାରୀ ମୁରଲୀକୃଷ୍ଣ ପଣ୍ଡାଙ୍କ  ସମେତ ପୂର୍ତ୍ତ, ପାନୀୟ ଜଳ ଯୋଗାଣ ବିଭାଗର ଅଧିକାରୀ,  ସାବିତ୍ରୀ ମହିଳା ମହାବିଦ୍ୟାଳୟ ଓ କବି ସମ୍ରାଟ ଉପେନ୍ଦ୍ର  ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ, ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରଧାନ  ଶିକ୍ଷକ, ଭଞ୍ଜନଗର ଓକିଲ ସଂଘ ସଭାପତି ଶୈଳେନ୍ଦ୍ର ନାରାୟଣ  ସାହୁ, ସମ୍ପାଦକ ରାଜେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ପରେ ଉପଜିଲ୍ଲାପାଳ ସେଠୀଙ୍କ ସମେତ ବିଭାଗୀୟ  ଅଧିକାରୀମାନେ କେଏସ୍‌ୟୁବି କଲେଜ ପଡିଆରେ ହେବାକୁ  ଥିବା ହେଲିପ୍ୟାଡ୍‌ ସ୍ଥଳ ବୁଲି ଦେଖିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ  ତଥା ସମ୍ମିଳନୀର ସଫଳ ପରିଚାଳନା ପାଇଁ ରବିବାର ବନ  ବିଭାଗ ଡାକ ବଙ୍ଗଳାରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ  ବ୍ଲକର ବିଭିନ୍ନ ନେତାମାନଙ୍କୁ ଡାକି ଆଲୋଚନା କରିଥିଲେ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.