ପ୍ରମୂଖ ଖବର
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ

Published By : Prameya | April 4, 2024 2:54 PM

ଭୁବନେଶ୍ୱର, ୦୪/୦୪ : ଅମର ଶହୀଦ ରଘୁ-ଦିବାକରଙ୍କ ରାଜ୍ୟସ୍ତରୀୟ ଶ୍ରାଦ୍ଧ ଦିବସ ପାଳିତ। ନିର୍ବାଚନ ଆଚରଣ ବିଧି ପାଳନ ପୂର୍ବକ ସୂଚନା ଓ ଲୋକ ସମ୍ପର୍କ ବିଭାଗ, ରାଜ୍ୟସ୍ତରୀୟ ଶହୀଦ ରଘୁ-ଦିବାକର ସ୍ମୃତି କମିଟି ଏବଂ ରଣପୁର ସାଂସ୍କୃତିକ ପରିଷଦଙ୍କ ମିଳିତ ସହଯୋଗରେ ୟୁନିଟ-୯ସ୍ଥିତ ଶହୀଦ ରଘୁ-ଦିବାକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। 

ଉକ୍ତ କାର୍ଯ୍ୟକ୍ରମରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ବୈଷୟିକ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ସହକାରୀ ନିର୍ଦ୍ଦେଶକ ଟି.ବି. ଟି. ଆନସାରୀ, ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀମାନଙ୍କ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ଭୁବନେଶ୍ୱରସ୍ଥିତ ଆଚାର୍ଯ୍ୟବିହାର ପରିଷଦ, ଶହୀଦ ରଘୁ-ଦିବାକର ସ୍ମୃତି ସଂସଦ, ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଲକ୍ଷ୍ମୀଧର ବେହେରା, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ଛାତ୍ର ସଙ୍ଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.