ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ନିଆଗଲା ପଦକ୍ଷେପ

Published By : Suraj Kumar | March 31, 2025 5:05 PM

ଭୁବନେଶ୍ବର,୩୧।୩ :   ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ ଦ୍ବାରା ବୈଶ୍ବିକ ସାଂସ୍କୃତିକ ଐତିହ୍ୟ ମାନ୍ୟତା ପ୍ରଦାନ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ୟୁନେସ୍କୋ ମାନ୍ୟତା ସକାଶେ ପ୍ରଥମେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧିନସ୍ଥ ସଙ୍ଗୀତ ନାଟକ ଏକାଡେମୀର ଜାତୀୟ ଐତିହ୍ୟରେ  ତାଲିକାଭୁକ୍ତ ହେବାକୁ ପଡିଥାଏ। ସେଥିପାଇଁ  ବିଧିବଦ୍ଧ ଭାବେ ଏହି ତାଲିକା ଭୁକ୍ତ ହୋଇଛି ରଥଯାତ୍ରା । ଆବେଦନ ଶେଷ ତାରିଖ ମାର୍ଚ୍ଚ ୩୧  ଥିବାରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଠିକ ସମୟରେ ନାମାଙ୍କନ ପତ୍ର  ଦାଖଲ ହୋଇଥିଲା । 

ଗଜପତି ମହାରାଜାଙ୍କ ମାର୍ଗଦର୍ଶନ ତଥା ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଅନୁସାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନେତୃତ୍ବରେ କମ୍ ଅବଧି ମଧ୍ୟରେ  ସମସ୍ତ ପ୍ରସ୍ତୁତି ହୋଇଥିଲା। ମହାପ୍ରଭୁଙ୍କ ସେବକମାନେ ମଧ୍ୟ ଏଥିଲାଗି ଅକୁଣ୍ଠ ସହଯୋଗ ପ୍ରଦାନ କରିଥିଲେ। ଏଥିପାଇଁ ସମସ୍ତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ,  ସେବକଙ୍କ ସହ ସହଯୋଗର ହାତ ବଢ଼ାଇଥିବା ବ୍ୟକ୍ତି ତଥା ଅନୁଷ୍ଠାନଙ୍କୁ  ଧନ୍ୟବାଦ ଜଣାଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.