ଭୁବନେଶ୍ୱର ୨୮/୦୭ (ପ୍ରମେୟ ଡିଜିଟାଲ): ଆନ୍ତଃରାଜ୍ୟ ଗଞ୍ଜେଇ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାସ। ୩ ଅଭିଯୁକ୍ତଙ୍କୁ ଗିରଫ କଲା ଏସଟିଏଫ । ଆନ୍ତଃରାଜ୍ୟ ଏନଡ଼ିପିଏସ ଅପରାଧୀଙ୍କ ବିରୋଧରେ ଚାଲିଥିବା ଅଭିଯାନରେ ଅଭିଯୁକ୍ତ ସିବାରାମ ବିଶ୍ୱାଳ ,ସିବାରାମ ପାତ୍ର ଓ ବ୍ରହ୍ମପୁରର ମଦ ବ୍ୟବସାୟୀ ମିଟୁ ଓରଫ ମନୋରଞ୍ଜନ ସାବତଙ୍କୁ ଏସଟିଏଫ ଗିରଫ କରିଛି । ସିବାରାମ ବିଶ୍ୱାଳଙ୍କ ଘରୁ ୩ ଲକ୍ଷ ୮୬ ହଜାର ନଗଦ ଟଙ୍କା, ମୋବାଇଲ ଫୋନ୍ ଏବଂ ଅନ୍ୟାନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି।

ଅଧିକ ପଢ଼ନ୍ତୁ :- Murder Breaking: ବାପାକୁ ପଥରେ ଛେଚି ହତ୍ୟା କଲା ପୁଅ, ପାରିବାରିକ କଳହରୁ ମାରିଥିବା ସନ୍ଦେହ

ସୂଚନା ଅନୁଯାୟୀ, ଅଭିଯୁକ୍ତମାନେ ଓଡ଼ିଶାରୁ ରାଜସ୍ଥାନ ସମେତ ଅନ୍ୟ ରାଜ୍ୟକୁ ବ୍ୟବସାୟିକ ପରିମାଣର ଗଞ୍ଜେଇ ଚୋରାଚାଲାଣରେ ସକ୍ରିୟ ଭୂମିକା ନେଉଥିଲେ। ଏପ୍ରିଲ ୧୮ରେ ଖୋର୍ଦ୍ଧାରୁ ଗଞ୍ଜେଇ ଭର୍ତ୍ତି କଣ୍ଟେନର ଜବତ ହୋଇଥିଲା ।ରାଜସ୍ଥାନର ଜଣେ ବ୍ୟକ୍ତିଙ୍କୁ ଗିରଫ କରି ଖୋଳତାଡ଼ କରିଥିଲା ଏସ୍‌ଟିଏଫ୍। ତଦନ୍ତ ବେଳେ ଅଭିଯୁକ୍ତ ସିବାରାମ ବିଶ୍ୱାଳ ,ସିବାରାମ ପାତ୍ର ଓ ବ୍ରହ୍ମପୁରର ମଦ ବ୍ୟବସାୟୀ ମିଟୁ ସଂପୃକ୍ତି ଥିବା ଜଣାପଡ଼ିଥିଲା। ଏହା ପରେ ଏସ୍‌ଟିଏଫ୍ ଟିମ୍ ଚଢ଼ାଉ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ । ଆବଶ୍ୟକ ପଡିଲ ଅଧିକ ତଦନ୍ତ ପାଇଁ ପୁଲିସ ରିମାଣ୍ଡ ଆବେଦନ କରିବ ବୋଲି ଜଣାପଡ଼ିଛି ।ଏସଟିଏଫ ପକ୍ଷରୁ ଅଭିଯୁକ୍ତମାନଙ୍କ ସମ୍ପତ୍ତି ଓ ଆର୍ଥିକ କାରବାରର ମଧ୍ୟ ତଦନ୍ତ ଆରମ୍ଭ କରାଯାଇଛି।