ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ, ସତର୍କ କଲେ ମୁଖ୍ୟମନ୍ତ୍ରୀ

Published By : Gurupada Nath | August 22, 2025 6:09 PM

ଭୁବନେଶ୍ୱର,୨୨/୮ :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁ ଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି । ୫ବର୍ଷ ଭିତରେ ୩୦ହଜାର କିଲୋମିଟର ରାସ୍ତା ଓ ୫୦୦ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି । ବିଭିନ୍ନ ସ୍କିମ୍ ଓ ବଜେଟ୍‌ ମାଧ୍ୟମରେ ବିଭାଗକୁ ମିଳୁଥିବା ଅର୍ଥ ରାଶିର ଶତପ୍ରତିଶତ ଉପଯୋଗ କରି ରାଜ୍ୟବାସୀଙ୍କୁ ଉନ୍ନତ ମାନର ଗମନାଗମନ ସୁବିଧା ଯୋଗାଇ ଦେବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ। ଏଥିସହିତ ରାସ୍ତା ଓ ସେତୁ ଗୁଡିକର ଗୁଣବତ୍ତା ସହିତ ଏହାର ରକ୍ଷଣା ବେକ୍ଷଣ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ନିମ୍ନ ମାନର କାମ କରୁଥିବା କଣ୍ଟ୍ରାକ୍ଟର ଓ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ପାହାଡିଆ ଅଞ୍ଚଳରେ ଥିବା ଗ୍ରାମଗୁଡିକରେ ଲୋକଙ୍କ ଗମନାଗମନ ପାଇଁ ଉତ୍ତମ ମାନର ରାସ୍ତା ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା କଣ୍ଟ୍ରାକ୍ଟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୈଠକର ଆଲୋଚନାରୁ ଜଣାପଡିଛି ଯେ, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ଅଦ୍ୟାବଧି ଅନୁମୋଦନ ପ୍ରାପ୍ତ ୭୩,୯୮୪.୮୮ କିଲୋମିଟର  ରାସ୍ତା ମଧ୍ୟରୁ ୭୦,୭୧୧.୨୪ କିଲୋମିଟର ରାସ୍ତା ନିର୍ମାଣ କରି ଓଡିଶା ଭାରତ ବର୍ଷରେ ଚତୁର୍ଥ ସ୍ଥାନ ହାସଲ କରିଛି । ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ମାର୍ଗଦର୍ଶିକା ଅନୁଯାୟୀ କାମ କରାଯାଉଥିଲା। ବର୍ତ୍ତମାନ ଏହାର ଚତୁର୍ଥ ପର୍ଯ୍ୟାୟର କାମ ମଧ୍ୟ ହାତକୁ ନିଆଯାଇଛି । ଏହି ପର୍ଯ୍ୟାୟରେ ଆଦିବାସୀ ଅଧ୍ୟୁସିତ ଅଞ୍ଚଳ, ଆକାଂକ୍ଷୀ ବ୍ଲକ, ନକ୍ସଲ ପ୍ରଭାବିତ ଅଞ୍ଚଳ ମାନଙ୍କରେ ସଡକ ଓ ସେତୁ ନିର୍ମାଣ କରାଯିବ। ଚତୁର୍ଥ ପର୍ଯ୍ୟାୟରେ ୧,୦୨୧ଟି ଯୋଗାଯୋଗ ବିହୀନ ଜନ ବସତି ପାଇଁ ୯୪୨ଟି ସଡକ ଓ ୮ଟି ସେତୁ ନିର୍ମାଣ ପାଇଁ ପ୍ରସ୍ତାବ ରହିଛି। 

ସେହିଭଳି ୧୦୦ରୁ ଅଧିକ PVTG ବର୍ଗର ଜନବସତି ଗୁଡିକର ସଂଯୋଗୀ କରଣ ପାଇଁ ପିଏମ୍ ଜନମନ୍ ଯୋଜନାରେ ୭୩ଟି ଗ୍ରାମରେ ୬୬ଟି ରାସ୍ତା ଓ ୪ଟି ସେତୁ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି। ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୪୫୦୦.୩୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୪୬୯.୯୪ କୋଟି ଟଙ୍କା ବ୍ୟୟବରାଦରେ ୫୦୦୦ କିଲୋମିଟର ରାସ୍ତା ନିର୍ମାଣ ପାଇଁ ବ୍ୟବସ୍ଥା କରାଯାଇଛି। ସେତୁବନ୍ଧନ ଯୋଜନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ୧୮୬ଟି ସେତୁ ନିର୍ମାଣ କରାଯାଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୩୦୦ ଟି ସେତୁ ନିର୍ମାଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଯଥା-ଛାତ୍ରାବାସ, ମହାବିଦ୍ୟାଳୟ ଗୃହ ନିର୍ମାଣ, ବିଭିନ୍ନ ସରକାରୀ କାର୍ଯ୍ୟାଳୟ ନିର୍ମାଣ, ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳ, କଲ୍ୟାଣ ମଣ୍ଡପ ଇତ୍ୟାଦି ନିର୍ମାଣ କାର୍ଯ୍ୟ ମଧ୍ୟ ଜାରିରହିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ବିଭାଗ ପକ୍ଷରୁ ୪୫୧ଟି ବିଭିନ୍ନ କୋଠାବାଡି ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହୋଇଥିବା ବେଳେ ୨୦୨୫-୨୬ ଆର୍ଥିକ ବର୍ଷରେ ୧୨୨୯ଟି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ବ୍ୟବସ୍ଥା କରାଯାଇଛି। 

ବୈଠକରେ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତି ରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାଏକ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ବିଭାଗୀୟ କମିଶନର ତଥା ଶାସନ ସଚିବ ୟାମିନୀ ଷଡଙ୍ଗୀ, ସର୍ବୋଚ୍ଚ ଯନ୍ତ୍ରୀ ଇଂ ପ୍ରସନ୍ନ କୁମାର ସାହୁ ଏବଂ ଇଂ ପ୍ରଦୀପ କୁମାର ଜେନା ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.